ଶବରୀ ବୃଦ୍ଧାଙ୍କୁ ପ୍ରତିଶ୍ରୁତି ଦେଇ ଭଣ୍ଡାଇଲା ପ୍ରଶାସନ

ମହାକାଳପଡ଼ା,୩୦।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଭାଗୃହଠାରେ ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ୪୦ ଅଭିଯୋଗ ହୋଇଥିବା ବେଳେ ପେଟଛେଲା ପଞ୍ଚାୟତ ଶବରପଲ୍ଲୀର ଶବରୀ ବୃଦ୍ଧା ଦୁଃଖୀ ଭକ୍ତା ଗଁା ସମସ୍ୟାକୁ ଭିନ୍ନ ଢ଼ଙ୍ଗରେ ଜିଲା ପ୍ରଶାସନ ସମ୍ମୁଖରେ ଉପସ୍ଥାପନ କରିଥିଲେ। ବାବୁ ଆମ ଗଁାକୁ ରାସ୍ତା କେବେ ଦେବୁ, କାହିଁକି ହୋଇନି। ସ୍ବାଧୀନତାର ୭୭ ବର୍ଷ ପରେ ଗଁାରେ ବିଦ୍ୟାଳୟ, ଅଙ୍ଗନୱାଡ଼ି କେନ୍ଦ୍ର, ଆବାସ ଯୋଜନା ମିଳିନାହିଁ। ଆମକୁ କାହିଁକି ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇ ନାହିଁ ବୋଲି ପ୍ରଶ୍ନ କରିଥିଲେ। ବୃଦ୍ଧାଙ୍କ ପ୍ରଶ୍ନ ବାଣରେ ପ୍ରଶାସନିକ ଅଧିକାରୀ ହଡବଡେଇ ଯାଇଥିଲେ। ଏହାର ସମାଧାନ କରିବାକୁ ଯାଇ ଉପସ୍ଥିତ ଥିବା ପ୍ରଶାସନିକ ଅଧିକାରୀମାନେ ବୃଦ୍ଧା ଦୁଃଖୀଙ୍କୁ ମଙ୍ଗଳବାର ଗଁାକୁ ବିଭାଗୀୟ ଅଧିକାରୀମାନେ ପହଞ୍ଚତ୍ ସମସ୍ୟାର ସମାଧନର ବାଟ ବାହାର କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପ୍ରତିଶ୍ରୁତି ମୁତାବକ ଦୁଃଖୀ ବ୍ଲକ୍‌ରୁ ଗଁାକୁ ଫେର ବଡ଼ ବଡ଼ ବାବୁମାନେ ଆସିବେ ବୋଲି ସମସ୍ତଙ୍କୁ କହିଥିଲେ। ଅଭାବୀ, ଦାରିଦ୍ର୍ୟ ସୀମା ରେଖା ତଳେ ବସବାସ କରୁଥିବା ମହିଳାପୁରୁଷମାନେ କାମ ଧନ୍ଦାକୁ ନ ଯାଇ ମିଳିତ ହୋଇ ଗଁା ବର ଗଛ ମୂଳେ ବାବୁଙ୍କୁ ଚାତକ ଭଳି ଚାହିଁ ବସିଥିଲେ। ପୂର୍ବାହ୍ନରୁ ସା ପର୍ଯ୍ୟନ୍ତ ଅପେକ୍ଷା କରି ଥିଲେ ମଧ୍ୟ କୌଣସି ବାବୁମାନଙ୍କ ଦେଖା ମିଳି ନ ଥିଲା। ଫଳରେ ସେମାନେ କହିଥିଲେ ବାବୁମାନେ ପ୍ରତିଶ୍ରୁତି ଦେଇ ଆମମାନଙ୍କୁ ଭଣ୍ଡାଇଲେ। ଏଠାରେ ପ୍ରଶ୍ନ ଉଠେ କାହିଁକି ନିରୀହ ଆଦିବାସୀ ଶବରଙ୍କୁ ବାରମ୍ବାର ପ୍ରତିଶ୍ରୁତି ଦେଇ ପ୍ରତାରଣା କରାଯାଉଛି। ଏହା ପଛରେ କ’ଣ କାରଣ ରହିଛି ତାହା ବୁଦ୍ଧିଜୀବି ମହଲରେ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri