ଶବରପଡ଼ା ଗାଁକୁ ନାହିଁ ସବୁଦିନିଆ ରାସ୍ତା

କୋକସରା,୭ା୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡକାଠେଙ୍ଗା ପଞ୍ଚାୟତ ଶବରପଡା ଗାଁକୁ ସବୁଦିନିଆ ଭଲ ରାସ୍ତା ନାହିଁ। ଲୋକଙ୍କୁ ଯାତାୟାତ ପାଇଁ ଜମି ହିଡ ହିଁ ଭରସା ପାଲଟିଛି। ଭଲ ରାସ୍ତା ନ ଥିବାରୁ ଲୋକେ ଅନେକ ଅସୁବିଧାର ସମ୍ମୁଖିନ ଭୋଗୁଛନ୍ତି। ସରକାରୀ ବାବୁମାନେ ଗାଁ ରାସ୍ତାର ଅବସ୍ଥା ତଦାରଖ କରିଥିଲେ। ଏହାପରେ କିଛି ଦୂର ରାସ୍ତା କାମ ମଧ୍ୟ ଆରମ୍ଭ ହେଲା। କିନ୍ତୁ ଅଧାବାଟରେ ଅଟକି ରହିଲା ରାସ୍ତା। ଏହି ଗାଁରେ ୧୪ ପରିବାରର ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଲୋକ ବାସ କରୁଛନ୍ତି। ଗାଁରେ ସରକାରୀ ଯୋଜନାରେ ଆବାସ ଘର, ନଳକୂପ, ବିଜୁଳି, ଭତ୍ତା ଭଳି ଅନେକ ସୁବିଧା ମିଳିଛି। ହେଲେ ଗାଁକୁ ସବୁଦିନିଆ ଭଲ ରାସ୍ତା ନାହିଁ। ସବୁଦିନିଆ ଭଲ ରାସ୍ତା ନ ଥିବାରୁ ଗତ ବର୍ଷ ପ୍ରସୂତିଙ୍କୁ ଦୋଳାରେ ଡାକ୍ତରଖାନାକୁ ନେବା ସମୟରେ ଅଧାବାଟରେ ଜୀବନ ଯାଇଥିବା ଗାଁ ଲୋକେ ପ୍ରକାଶ କରିଛନ୍ତି। ରାସ୍ତା ସମସ୍ୟା ଯୋଗୁ ଗାଁର ଅଧିକାଂଶ ପିଲା ସ୍କୁଲ ମୁହଁ ମାଡୁନାହାନ୍ତି କି ଅଭିଭାବକ ମଧ୍ୟ ପିଲାଙ୍କୁ ଜଙ୍ଗଲ ରାସ୍ତା ଦେଇ ପ୍ରାୟ ୨ କି.ମି. ଦୂରରେ ଥିବା ବନ୍ଧପଡା ପ୍ରାଥମିକ ବିଦ୍ୟାଳୟ ଯିବାକୁ ସୁରକ୍ଷିତ ମନେ କରୁନାହାନ୍ତି। ବର୍ଷା ଦିନରେ ଗ୍ରାମବାସୀଙ୍କୁ ଗୃହବନ୍ଦୀ ଜୀବନ ଯାପନ କରିବାକୁ ପଡିଥାଏ। ଏହି ସବୁ ସମସ୍ୟା ଭିତରେ ଗ୍ରାମବାସୀ ଦିନ କାଟୁଛନ୍ତି। ଗ୍ରାମବାସୀ ଜିଲା ପ୍ରଶାସନଠାରୁ ଆରମ୍ଭ କରି ନେତା, ମନ୍ତ୍ରୀଙ୍କୁ ରାସ୍ତା ପାଇଁ ଗୁହାରି କରି ଥକି ପଡିଥିବା ଶବରପଡା ଗାଁର ସୁରେନ୍ଦ୍ର ସାହୁ, ବିଜୟ ଶବର, ଜିତେନ୍ଦ୍ର ଶବର, ଗଙ୍ଗାଧର ଶବର, ଟଙ୍କଧର ଶବର, କିଶୋର ଶବର, କୋକିଳ ଶବର, ଈଶ୍ୱ ଶବର, ରାମ ପ୍ରସାଦ ଶବର, ଲୀଳାମ୍ବର ଶବର, ଦୁର୍ବଳ କଟା, ଶଙ୍କର ନାଏକ, ବଣୁଆ ନାଏକ ପ୍ରମୁଖ ଗ୍ରାମବାସୀ କହିଛନ୍ତି। ଏ ନେଇ କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୀଷା ଦାସଙ୍କୁ ପଚାରିବାରୁ ସେହି ଗାଁକୁ ଆମେ କନିଷ୍ଠ ଯନ୍ତ୍ରୀକୁ ପଠେଇ ଥିଲୁ। ଗାଁକୁ ଯିବା ରାସ୍ତାରେ କିଛି ଜମିର ବିବାଦ ରହିଛି, ତାକୁ ଆମେ ଆଗାମୀ ଦିନରେ ଏକ ବୈଠକ କରି ଗ୍ରାମବାସୀଙ୍କ ସହ ଆଲୋଚନା ପରେ ଏମ୍‌ଜିଏନ୍‌ଆରଇଜିଏ ଯୋଜନାରେ ରାସ୍ତା ତିଆରି କରାଯିବା ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

ଗୋପାଳପୁର ଚିନ୍ତାରେ ବିଜେଡି: ପ୍ରଦୀପଙ୍କ ପଛେ ପଛେ ଭାଜପାରେ ସାମିଲ ହେଉଛନ୍ତି କର୍ମୀ

ଗୋପାଳପୁର,୨୮।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ତାତି ସେତେ ବଢୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରା ସ୍ଥିତ...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri