ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ ଗଠନ ହେବ ବୋଲି ଜ୍ୟୋତିଷୀୟ ମତ ରହିଛି। ଏହି ଯୋଗକୁ ଜ୍ୟୋତିଷରେ ଚ୍ୟାଲେଞ୍ଜିଂ ବୋଲି ବିବେଚନା କରାଯାଏ।

ଜ୍ୟୋତିଷ ଅନୁସାରେ, ଷଡାଷ୍ଟକ ଯୋଗରେ ଦୁଇଟି ଗ୍ରହ ପରସ୍ପରଠାରୁ ଷଷ୍ଠ ଓ ଅଷ୍ଟମ ଭାବରେ ରହିଥାନ୍ତି। ଷଷ୍ଠ ଭାବକୁ ରୋଗ, ଋଣ, ଶତ୍ରୁ ଏବଂ ଚାପ ସହିତ ଯୋଡ଼ି ଦେଖାଯାଏ। ସେହିପରି ଅଷ୍ଟମ ଭାବ ବାଧା, ଦୁର୍ଘଟଣା ଏବଂ ଅପ୍ରତ୍ୟାଶିତ ସଙ୍କଟର ପ୍ରତୀକ ବୋଲି ମନେ କରାଯାଏ। ବୁଧ ଓ ଶନିଙ୍କ ଏହି ସ୍ଥିତି ଯୋଗୁ ମାନସିକ ଚାପ ବଢ଼ିବା ସହ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱ ଦେଖାଦେଇପାରେ ବୋଲି ଜ୍ୟୋତିଷୀୟ ମତ ରହିଛି। ତେବେ ଏହି ଯୋଗର ପ୍ରଭାବରେ କେଉଁ ରାଶିର ବ୍ୟକ୍ତିମାନେ ଅଧିକ ସତର୍କ ରହିବା ଆବଶ୍ୟକ, ଆସନ୍ତୁ ଜାଣିବା…

ମେଷ ରାଶିର ବ୍ୟକ୍ତିମାନଙ୍କ ଉପରେ ଷଡାଷ୍ଟକ ଯୋଗର ପ୍ରତିକୂଳ ପ୍ରଭାବ ପଡ଼ିପାରେ। ଆର୍ଥିକ କ୍ଷେତ୍ରରେ ଚ୍ୟାଲେଞ୍ଜ ଆସିପାରେ। ହଠାତ୍‌ ଖର୍ଚ୍ଚ ବଢ଼ିବାର ସମ୍ଭାବନା ରହିଛି। ତେଣୁ ଭଲ ଭାବେ ବିଚାର ନକରି ନିବେଶ କରିବାରୁ ଦୂରେଇ ରହନ୍ତୁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ କୌଣସି କଥାକୁ ନେଇ ମତଭେଦ ହୋଇପାରେ। ଏହି ସମୟରେ କଥାବାର୍ତ୍ତା ଉପରେ ସଂଯମ ରଖିବା ଜରୁରୀ, ନଚେତ ଭଲ ହୋଇଥିବା କାମ ମଧ୍ୟ ବିଗିଡ଼ିପାରେ।

ମିଥୁନ ରାଶିର ବ୍ୟକ୍ତିମାନଙ୍କୁ ସୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଚିନ୍ତାରେ ପକାଇପାରେ। ଆର୍ଥିକ ସ୍ଥିତି ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି। କୌଣସି କାମ କରିବା ପୂର୍ବରୁ ଭଲ ଭାବେ ଚିନ୍ତା କରନ୍ତୁ। ବିବାଦ ଓ ମତଭେଦଠାରୁ ଦୂରେଇ ରହିବା ଭଲ। କାହାକୁ ବି ଆଖି ବନ୍ଦ କରି ବିଶ୍ୱାସ ନକରିବାକୁ ଜ୍ୟୋତିଷୀୟ ପରାମର୍ଶ ଦିଆଯାଏ। କାମରେ ସାମାନ୍ୟ ଅବହେଳା ମଧ୍ୟ ସମସ୍ୟା ସୃଷ୍ଟି କରିପାରେ। ଏହି ସମୟରେ ତ୍ୱଚା ଏବଂ ପେଟ ସମ୍ବନ୍ଧୀୟ ସମସ୍ୟା ହୋଇପାରେ।

କନ୍ୟା ରାଶି ପାଇଁ ମଧ୍ୟ ଷଡାଷ୍ଟକ ଯୋଗ ପ୍ରତିକୂଳ ପ୍ରଭାବ ଆଣିପାରେ। ନିଷ୍ପତ୍ତି ନେବାର କ୍ଷମତା ପ୍ରଭାବିତ ହେବାର ଆଶଙ୍କା ରହିଛି। କୌଣସି କାମରେ ତରବରିଆ ନିଷ୍ପତ୍ତି ନେବାରୁ ଦୂରେଇ ରହନ୍ତୁ, ନଚେତ କ୍ଷତି ହୋଇପାରେ। ମାନସିକ ଚାପ ମଧ୍ୟ ବଢ଼ିପାରେ। ଆର୍ଥିକ ଲେଣଦେଣ ସମୟରେ ବିଶେଷ ସତର୍କତା ଅବଲମ୍ବନ କରନ୍ତୁ। ଅନାବଶ୍ୟକ ଖର୍ଚ୍ଚ ଯୋଗୁ ବଜେଟ ବିଗିଡ଼ିପାରେ।

ବିଛା ରାଶିର ବ୍ୟକ୍ତିମାନଙ୍କ ପାଇଁ ମଧ୍ୟ ଏହି ଯୋଗ ଚ୍ୟାଲେଞ୍ଜ ଆଣିପାରେ। ସ୍ବାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବାକୁ ପଡ଼ିବ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ। ନିବେଶ କରିବା ପୂର୍ବରୁ ସମସ୍ତ ଦିଗକୁ ଭଲ ଭାବେ ବିଚାର କରନ୍ତୁ। ଗାଡ଼ି ଚଳାଇବା ସମୟରେ ସତର୍କ ରହିବା ଆବଶ୍ୟକ, ନଚେତ୍‌ ଅସୁବିଧାରେ ପଡ଼ିପାରନ୍ତି। ନିକଟ ସମ୍ପର୍କୀୟ କିମ୍ବା ପରିଚିତଙ୍କ ସହ ଯୁକ୍ତିତର୍କରୁ ଦୂରେଇ ରହନ୍ତୁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ କପିଳ ଦେବ: କ୍ରିକେଟ୍‌ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୮।୧୦: କ୍ରିକେଟ ଜଗତରେ ପାଦ ଥାପିବା ପରଠାରୁ ନିଜ ପ୍ରତିଭାର ଝଲକ ଦେଖାଇ ଆସୁଛନ୍ତି ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ। ବୟସ ମାତ୍ର ୧୫ ବର୍ଷ ହୋଇଥିବା…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?