ଖେମୁଣ୍ଡି କଲେଜ ପୂର୍ବତନ ଅଧ୍ୟକ୍ଷଙ୍କ ବିୟୋଗରେ ଶୋକର ଛାୟା: କଲେଜ ପରିସରରେ ଦିଆଗଲା ଶ୍ରଦ୍ଧାଞ୍ଜଳି

ଦିଗପହଣ୍ଡି,୧୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଗତ୨୦୧୩ ସେପ୍ଟେମ୍ବର ୧ ରୁ ୨୦୧୯ ମାର୍ଚ୍ଚ ୩୧ ଯାଏ ଦୀର୍ଘ ୬ ବର୍ଷ ଧରି ଅଧ୍ୟକ୍ଷ ରହିଥିବା ସ୍ବର୍ଗତ ମୂରଲୀଧର ପଧାନଙ୍କୁ ଗୁରୁବାର କଲେଜ ପରିସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ବୁଧବାର ବ୍ରହ୍ମପୁର ସଦର ଥାନା ଡେଙ୍ଗାପଦର ସରକାରୀ ଦେଶୀ ମଦଭାଟି ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇ ସେ ପ୍ରାଣ ହରାଇଥିଲେ। ଗୁରୁବାର ପୋଲିସ ପକ୍ଷରୁ ମୃତଦେହ ବ୍ୟବଚ୍ଛେଦ କରାଯାଇ ସମ୍ପର୍କୀୟ ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ପରେ ତାଙ୍କ ମରଶରୀରକୁ ଆମ୍ବୁଲାନ୍ସ ଯୋଗେ ଖେମୁଣ୍ଡି କଲେଜକୁ ଅଣା ଯାଇଥିଲା। ସେଠାରେ କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀଙ୍କ ସମେତ ଅନ୍ୟ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀ ଶବାଧାରରେ ପୁଷ୍ପମାଲ୍ୟ ଦେଇ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପରେ ମୃତଦେହକୁ ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ର ପୈତୃକ ଗାଁ ହାତୀଆଡି ନିଆଯାଇ ସେଠାରେ ଅନ୍ତିମ ସତ୍କାର କରାଯାଇଥିଲା। ଖେମୁଣ୍ଡି କଲେଜ ଅଧ୍ୟକ୍ଷ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୋକସଭାରେ ତାଙ୍କ ସ୍ମୃତି ଚାରଣ କରାଯିବା ସହ ଅମର ଆତ୍ମାର ସଦଗତି କାମନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri