Posted inଖେଳ

ଶେଫାଳି ବର୍ମା ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୫ା୧୨: ଭାରତ ଓପନର ଶେଫାଳି ବର୍ମା ନଭେମ୍ୱର ମାସ ପାଇଁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ ଆଘାତପ୍ରାପ୍ତ ପ୍ରତୀକା ରାଓ୍ୱଲଙ୍କ ବଦଳରେ ସେଫାଳିଙ୍କୁ ଭାରତୀୟ ଦଳରେ ନିଆଯାଇଥିଲା। ସେ ୭୮ ବଲ୍‌ରେ ୮୭ ରନ କରିଥିଲେ, ଯାହାକି ଏକ ମହିଳା ବିଶ୍ୱକପ୍‌ ଫାଇନାଲରେ ଜଣେ ଭାରତୀୟ ଓପନର ହିସାବରେ ଏହା ସର୍ୱାଧିକ। ନବି ମୁମ୍ୱାଇରେ ଶେଫାଳିଙ୍କ ଏହି ଇନିଂସ ବଳରେ ଭାରତ ୭ ଉଇକେଟରେ ୨୯୮ ରନ କରି ମ୍ୟାଚ୍‌କୁ ୫୨ ରନରେ ଜିତି ପ୍ରଥମ ଥର ବିଶ୍ୱକପ୍‌ ଟ୍ରଫି ହାସଲ କରିଥିଲା।

ଶେଫାଳି ଓ ଓପନର ସ୍ମୃତି ମନ୍ଧାନା ଓପନିଂ ପାର୍ଟନରଶିପ୍‌ରେ ୧୦୪ ରନ ଯୋଗ କରିବା ଦ୍ୱାରା ଭାରତ ଏକ ବଡ଼ ସ୍କୋର ଛିଡ଼ା କରିପାରିଥିଲା। ୨୧ ବର୍ଷୀୟ ଏହି କ୍ରିକେଟର ଥାଇଲାଣ୍ଡର ଥିପାଚା ପୁଥାଓଙ୍ଗ୍‌ ଏବଂ ୟୁଏଇର ଇଶା ଓଜାଙ୍କୁ ପଛରେ ପକାଇ ପ୍ରଥମ ଥର ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ଜିତିପାରିଛନ୍ତି।

 

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri