Posted inଖେଳ

ମନ୍ଧାନା, ଶେଫାଳୀ ଜିତାଇ ଦେଲେ

ପାଲିକେଲ୍‌, ୫ା୭: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳ ୧୦ ଉଇକେଟରେ ବିଜୟ ଲାଭ କରିଛି। ଏଥିସହିତ ଦଳ ୩ ମ୍ୟାଚ୍‌ବିଶିଷ୍ଟ ସିରିଜ୍‌କୁ ଆଗୁଆ ଜିତିନେବା ସହ ୨-୦ରେ ଅଗ୍ରଣୀ ଲାଭ କରିଛି।

ଭାରତୀୟ ଓପ୍‌ନର ଦ୍ୱୟ ପ୍ରଥମ ଥର ପ୍ରଭାବୀ ବ୍ୟାଟିଂ କରିଛନ୍ତି। ସ୍ମୃତି ମନ୍ଧାନା ଓ ଶେଫାଳୀ ବର୍ମା ୧୭୪ ରନ୍‌ର ଅପରାଜିତ ପାର୍ଟନରଶିପ୍‌ ସହ ଭାରତକୁ ୨୫.୪ ଓଭରରେ ଜିତାଇଛନ୍ତିି। ଫଳରେ ଭାରତ ମହିଳା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ କୌଣସି ଉଇକେଟ ନ ହରାଇ ସର୍ବାଧିକ ବିଜୟ ଲକ୍ଷ୍ୟ ହାସଲ କରିବାର ସଫଳତା ହାସଲ କରିପାରିଛି।

ମନ୍ଧାନା ୮୩ ବଲ୍‌ରେ ୧୧ ଚୌକା ଓ ଗୋଟିଏ ଛକା ସହ ୯୪ ରନ୍‌ କରି ଅପରାଜିତ ରହିଥିଲେ। ସେହିପରି ଶେଫାଳୀ ୭୧ ବଲରୁ ୪ ଚୌକା ଓ ଗୋଟିଏ ଛକା ସହ ୭୧ ରନ୍‌ ସଂଗ୍ରହ କରିଥିଲେ। ପୂର୍ବରୁ ବୋଲର ଶ୍ରୀଲଙ୍କା ଇନିଂସ୍‌କୁ ୧୭୩ ରନ୍‌ରେ ସୀମିତ କରିଦେଇଥିଲେ। ଘରୋଇ ଦଳ ପକ୍ଷରୁ ଆମା କାଞ୍ଚନା ସର୍ବାଧିକ ୪୭ ରନ୍‌ କରି ଅପରାଜିତ ରହିଥିଲେ। ସଫଳ ଭାରତୀୟ ପେସ୍‌ ବୋଲର ରେଣୁକା ସିଂ ତାଙ୍କ କ୍ୟାରିୟରର ଶ୍ରେଷ୍ଠ ୧୦ ଓଭର ବୋଲିଂରେ ୧ ମେଡେନ୍‌ ସହ ୨୮ରନ୍‌ ବିନିମୟରେ ୪ ଉଇକେଟ ଅକ୍ତିଆର କରିଥିଲେ। ରେଣୁକାଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। ଦୀପ୍ତି ଶର୍ମା ଓ ମେଘନା ସିଂ ୨ଟିି ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri