ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ ବର୍ଷିଛନ୍ତି। ଶାହା କହିଛନ୍ତି, ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟିଚିପିବାକୁ ଉଦ୍ୟମ କରିଛନ୍ତି। ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି। ଓଡ଼ିଶାର ଶାସନ ଓଡ଼ିଶାର ସନ୍ତାନ ହିଁ କରିବେ।

କଥା ଦେଉଛି, ଭାଜପା ସରକାରରେ ଓଡ଼ିଶା ପାଇଁ ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଦେବୁ। ନବୀନ ସରକାର, ଖାଲି ଅଖାର ସରକାର। ମୋଦି ଚାଉଳ ଦେଉଛନ୍ତି, ନବୀନ ବାବୁ ଫଟୋ ଲଗା ଅଖା ଦେଉଛନ୍ତି। ଖାଲି ଅଖାରେ ପେଟ ପୁରେନି, ଯଦି ଦେବା କଥା ଚାଉଳ ଦିଅନ୍ତୁ।

ରତ୍ନଭଣ୍ଡାର ଚାବି ହଜିଲାଣି, ନକଲି ଚାବି ବାହାରିଲାଣି। ଭାଜପା ସରକାର ଆସିଲେ ରତ୍ନଭଣ୍ଡାର ହିସାବ ଖୁଲାସା ହେବ। ରତ୍ନ ଭଣ୍ଡାର ରିପୋର୍ଟକୁ ଭାଜପା ଆସିଲେ ସାର୍ବଜନୀନ କରିବ।

ପାଞ୍ଚ ପର୍ଯ୍ୟାୟ ନିର୍ବାଚନ ସରିଗଲାଣି, ମୋଦି ୩ ଶହ ପାର୍‌ କରିଗଲେଣି। ସାତ ପର୍ଯ୍ୟାୟ ପରେ ୪ଶହ ପାର୍‌ ହୋଇଯାଇଥିବ। ଓଡ଼ିଶାକୁ କେବଳ ୪ ଶହ ପାର୍‌ ନୁହେଁ, ଏଠାରେ ବି ପଦ୍ମ ଫୁଟିବା ଦରକାର। ଓଡ଼ିଶାର କଳା, ସଂସ୍କୃତିର ସୁରକ୍ଷା ପାଇଁ ଭାଜପା ସରକାର ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri