ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ ବର୍ଷିଛନ୍ତି। ଶାହା କହିଛନ୍ତି, ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟିଚିପିବାକୁ ଉଦ୍ୟମ କରିଛନ୍ତି। ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି। ଓଡ଼ିଶାର ଶାସନ ଓଡ଼ିଶାର ସନ୍ତାନ ହିଁ କରିବେ।

କଥା ଦେଉଛି, ଭାଜପା ସରକାରରେ ଓଡ଼ିଶା ପାଇଁ ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଦେବୁ। ନବୀନ ସରକାର, ଖାଲି ଅଖାର ସରକାର। ମୋଦି ଚାଉଳ ଦେଉଛନ୍ତି, ନବୀନ ବାବୁ ଫଟୋ ଲଗା ଅଖା ଦେଉଛନ୍ତି। ଖାଲି ଅଖାରେ ପେଟ ପୁରେନି, ଯଦି ଦେବା କଥା ଚାଉଳ ଦିଅନ୍ତୁ।

ରତ୍ନଭଣ୍ଡାର ଚାବି ହଜିଲାଣି, ନକଲି ଚାବି ବାହାରିଲାଣି। ଭାଜପା ସରକାର ଆସିଲେ ରତ୍ନଭଣ୍ଡାର ହିସାବ ଖୁଲାସା ହେବ। ରତ୍ନ ଭଣ୍ଡାର ରିପୋର୍ଟକୁ ଭାଜପା ଆସିଲେ ସାର୍ବଜନୀନ କରିବ।

ପାଞ୍ଚ ପର୍ଯ୍ୟାୟ ନିର୍ବାଚନ ସରିଗଲାଣି, ମୋଦି ୩ ଶହ ପାର୍‌ କରିଗଲେଣି। ସାତ ପର୍ଯ୍ୟାୟ ପରେ ୪ଶହ ପାର୍‌ ହୋଇଯାଇଥିବ। ଓଡ଼ିଶାକୁ କେବଳ ୪ ଶହ ପାର୍‌ ନୁହେଁ, ଏଠାରେ ବି ପଦ୍ମ ଫୁଟିବା ଦରକାର। ଓଡ଼ିଶାର କଳା, ସଂସ୍କୃତିର ସୁରକ୍ଷା ପାଇଁ ଭାଜପା ସରକାର ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri