Posted inଜାତୀୟ

ଶାହା-ମଦାନି ଭେଟ: ୧୪ ପ୍ରସଙ୍ଗ ଉପରେ ଆଲୋଚନା…

ନୂଆଦିଲ୍ଲୀ,୫।୪ : ମୁସଲମାନ ସମାଜ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଥିବା ଦ୍ୱନ୍ଦ୍ୱ ଦୂର କରିବାକୁ ଏକ ବଡ ପଦକ୍ଷେପ ନିଆଯାଇଛି। ଏହି ଅନ୍ତର୍ଗତ ମୁସଲିମ ସମ୍ପ୍ରଦାୟର ୧୬ ଜଣିଆ ପ୍ରତିନିଧି ଦଳ ମଙ୍ଗଳବାର ବିଳମ୍ବିତ ରାତିରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ପ୍ରତିନିଧି ଦଳର ନେତୃତ୍ୱ ଜାମିଆ ଉଲେମା-ଇ-ହିନ୍ଦ ଅଧ୍ୟକ୍ଷ ମୌଲାନା ମହମୁଦ ମଦାନି ନେଇଥିଲେ।

ସୂଚନା ଅନୁଯାୟୀ, ବିଭିନ୍ନ ରାଜ୍ୟରୁ ମୁସଲମାନ ଧାର୍ମିକ ନେତା ଏବଂ ବୁଦ୍ଧିଜୀବୀମାନେ ଏଥିରେ ଯୋଗ ଦେଇଥିଲେ। ଶାହାଙ୍କ ବାସଭବନରେ ଏହି ବୈଠକ ପ୍ରାୟ ଦେଢ଼ଘଣ୍ଟା ଧରି ଚାଲିଥିଲା। ଜାମିଆର ବରିଷ୍ଠ ଅଧିକାରୀଙ୍କ ଅନୁଯାୟୀ ଏହି ବୈଠକରେ ୧୪ଟି ପଏଣ୍ଟ ଉପରେ ଆଲୋଚନା କରାଯାଇଥିଲା। ମୁସଲିମ ସମ୍ପ୍ରଦାୟର ଦ୍ୱନ୍ଦ୍ୱକୁ ସରକାର ଅନେକ ପ୍ରସଙ୍ଗରେ ହଟାଇ ଦେଇଥିବାବେଳେ ଅମିତ ଶାହା ଅନେକ ପ୍ରସଙ୍ଗରେ କାର୍ଯ୍ୟାନୁଷ୍ଠାନ ପାଇଁ ନିଶ୍ଚିତତା ଦେଇଛନ୍ତି।

ଏହି ବାର୍ତ୍ତାଳାପରେ ରାମନବମୀ ଶୋଭାଯାତ୍ରା ସମୟରେ ଦେଶର ଅନେକ ସ୍ଥାନରେ ହିଂସା, ହରିୟାଣା ସମେତ ଅନ୍ୟ ରାଜ୍ୟରେ ଭିଡ଼ ହିଂସା ଏବଂ କର୍ନାଟକରେ ମୁସଲମାନ ସଂରକ୍ଷଣ ରଦ୍ଦ ଭଳି ପ୍ରସଙ୍ଗ ଉଠାଯାଇଥିଲା।
ସେହିଭଳି ୟୁନିଫର୍ମ ସିଭିଲ କୋଡ, ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ), ସମଲିଙ୍ଗୀ ବିବାହ ସହିତ ଅନ୍ୟାନ୍ୟ ପ୍ରସଙ୍ଗ ମଧ୍ୟ ଉଠିଥିଲା। ଏଥିମଧ୍ୟରେ କଶ୍ମୀରରେ ଧାରା ୩୭୦ ହଟାଇବା ପ୍ରସଙ୍ଗ ମଧ୍ୟ ଉଠିଥିଲା। ଏହି ସମୟରେ ନାଗରିକତ୍ୱ ସଂଶୋଧନ ଅଧିନିୟମ ଉପରେ ଏକ ବିସ୍ତୃତ ବୈଠକ ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଛି।
କର୍ନାଟକରେ ମୁସଲମାନ ସଂରକ୍ଷଣକୁ ନେଇ ମୁସଲିମ ସମ୍ପ୍ରଦାୟର ଦ୍ୱନ୍ଦ୍ୱକୁ କେନ୍ଦ୍ର ମନ୍ତ୍ରୀ ସଫା କରିଛନ୍ତି। ଏହା ସହିତ ମାଡ୍ରାସାରେ ଆଧୁନିକ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯାଇଥିଲା। ସେହିଭଳି ଭିଡ଼ ହିଂସା ମାମଲାରେ ଆଶ୍ୱାସନା ଦେବାବେଳେ ସେ କହିଛନ୍ତି ଯେ ଯଦି କୌଣସି ରାଜ୍ୟରେ କାର୍ଯ୍ୟାନୁଷ୍ଠାନର ଅଭାବ ରହିଛି ତେବେ ସେହି ମାମଲାଗୁଡ଼ିକର ତାଲିକା ହସ୍ତାନ୍ତର କରନ୍ତୁ। ଏଭଳି ମାମଲାର ଅନୁସନ୍ଧାନ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri