Posted inଜାତୀୟ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରି ବଡ଼ ବୟାନ ଦେଲେ ଶାହା, ସବୁଠୁ ବଡ଼ ବିଜୟ…

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ ପଶ୍ଚିମବଙ୍ଗ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପା ବିଧାୟକ ଦଳ ନେତା ଭାବେ ଶୁଭେନ୍ଦୁ ଅଧିକାରୀଙ୍କ ନାଁ ଘୋଷଣା କରିଛନ୍ତି। ଫଳରେ ଶୁଭେନ୍ଦୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା ସ୍ପଷ୍ଟ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା ସମ୍ବୋଧିତ କରି ପଞ୍ଚମବଙ୍ଗ ବିଜୟ ସବୁଠୁ ବଡ଼ ବିଜୟ ସହ ମନ, ଆତ୍ମା, ଶରୀର ସବୁ ଖୁସି ହୋଇଯାଇଛି ବୋଲି କହିଛନ୍ତି।

ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ମାଟିରେ ଭାଜପା ସରକାର ଗଢ଼ିବା ଏକ ବଡ଼ ଉପଲବ୍ଧି। ୩୭୦ ଧାରା ହଟାଇବା ପରେ ବି ଆଉ ଗୋଟିଏ ଲକ୍ଷ୍ୟ ରହି ଯାଇଥିଲା। ଏହା ଥିଲା ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ମାଟିରେ ସରକାର ଗଢ଼ିବା। ଭାଜପା ବଙ୍ଗରେ ସରକାର ଗଢ଼ି ଏକ ବଡ଼ ଲକ୍ଷ୍ୟ ପୂରଣ କରିଛି।

ପଞ୍ଚମବଙ୍ଗରେ ଭାଜପାର ଜୟ ଯାତ୍ରା ଅତ୍ୟନ୍ତ କଷ୍ଟଦାୟକ ଥିଲା। ବିଭିନ୍ନ ସମୟରେ ହୋଇଥିବା ନିର୍ବାଚନୀ ହିଂସାରେ ୩୨୧ଜଣ ଭାଜପା କର୍ମକର୍ତ୍ତା ପ୍ରାଣ ହରାଇଛନ୍ତି। କର୍ମକର୍ତ୍ତାଙ୍କ ବଳିଦାନ କଦାପି ଭୁଲି ହେବ ନାହିଁ ବୋଲି ଶାହ କହିଛନ୍ତି।

ପଞ୍ଚମବଙ୍ଗରେ ଭାଜପା ଶପଥ ନେବା ପରେ ସୀମା ସୁରକ୍ଷାକୁ ମଜବୁତ କରାଯିବା ସହ ରାଷ୍ଟ୍ରୀୟ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ। ଅନୁପ୍ରବେଶ ଏବଂ ବେଆଇନ ଗୋଚାଲାଣକୁ ରୋକାଯିବ ବୋଲି କହିବା ସହିତ ଦେଶରୁ ଅନୁପ୍ରବେଶକାରୀଙ୍କୁ ବାଛି ବାହାର କରାଯିବ ବୋଲି ଶାହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri