Posted inଜାତୀୟ

ଶାହା-ଓଓ୍ବାଇସି ମୁହଁ।ମୁହିଁ

ନୂଆଦିଲ୍ଲୀ,୨୬ା୪: ଦକ୍ଷିଣ ଭାରତର ତାମିଲନାଡୁ, କର୍ନାଟକ, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା ଓ କେରଳରେ ପୂର୍ବ କିମ୍ବା ବର୍ତ୍ତମାନର ରାଜ୍ୟ ସରକାରମାନେ ଭୋଟ ହାତେଇବା ପାଇଁ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଅଧିକ ସୁବିଧା ଦେଉଥିବା ଭାଜପା ପକ୍ଷରୁ ଅଭିଯୋଗ ହୋଇଆସୁଛି। ଏଭଳି ସ୍ଥିତିରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କର୍ନାଟକର ବଗଲକୋଟରେ ଭାଜପାର ଏକ ସଭାକୁ ସମ୍ବୋଧିତ କରି ମୁସଲମାନ ସମ୍ପ୍ରଦାୟ ପାଇଁ ଉଦ୍ଦିଷ୍ଟ ୪% ସଂରକ୍ଷଣ ଉଚ୍ଛେଦ ନିଷ୍ପତ୍ତିକୁ ଯଥାର୍ଥ ଦର୍ଶାଇଛନ୍ତି। ଶାହା କହିଛନ୍ତି, ଧର୍ମ ଆଧାରିତ ସଂରକ୍ଷଣକୁ ଭାଜପା ବିଶ୍ୱାସ କରେନାହିଁ। ବିଧାନସଭା ନିର୍ବାଚନ ପରେ କ୍ଷମତାକୁ ଆସିଲେ କଂଗ୍ରେସ ଏହି ବ୍ୟବସ୍ଥାକୁ ପୁନଃ ପ୍ରଚଳନ କରିବା ନେଇ ଦେଇଥିବା ପ୍ରତିଶ୍ରୁତିକୁ ମଧ୍ୟ ଶାହା ସମାଲୋଚନା କରିଛନ୍ତି। ଭାଜପା ଧର୍ମ ଆଧାରିତ ଭୋଟ ବ୍ୟାଙ୍କ ରାଜନୀତିରେ ବିଶ୍ୱାସ କରେନାହିଁ। ତେଣୁ ମୁସଲମାନ ସଂରକ୍ଷଣକୁ ହଟାଇ ଲିଙ୍ଗାୟତ ଓ ଭୋକାଲିଙ୍ଗାଙ୍କ କୋଟା ହାରକୁ ବୃଦ୍ଧି କରିଛି। ଏହାର ଦିନକ ପୂର୍ବରୁ ଶାହା ତେଲଙ୍ଗାନାର ଚେଭେଲ୍ଲା ରାଲିରେ କହିଥିଲେ, ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌)ଙ୍କ ଧର୍ମ ଆଧାରିତ ସଂରକ୍ଷଣ ଅସାମ୍ବିଧାନିକ। ଭାଜପା ତେଲଙ୍ଗାନାରେ କ୍ଷମତାକୁ ଆସିଲେ ମୁସଲମାନ ସମ୍ପ୍ରଦାୟକୁ ଦିଆଯାଉଥିବା ୪% ସଂରକ୍ଷଣକୁ ଉଚ୍ଛେଦ କରାଯିବ। କେସିଆର୍‌ ରାଜ୍ୟରେ ଏମ୍‌ଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସିଙ୍କ ଏଜେଣ୍ଡାକୁ କାର୍ଯ୍ୟକାରୀ କରୁଛନ୍ତି। ଏହା ଉପରେ ଓଓ୍ବାଇସି କହିଛନ୍ତି, ମୋ ନାମ ଧରି ଆଉ କେତେଦିନ କାନ୍ଦିବ। ରେକର୍ଡ ଭାଙ୍ଗୁଥିବା ମୁଦ୍ରାସ୍ପୀତି ଓ ବେକାରି ପ୍ରସଙ୍ଗ ଉପରେ କିଛି କୁହନ୍ତୁ ବୋଲି ଶାହାଙ୍କ ଉଦ୍ଦେଶ୍ୟରେ ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri