ନବୀନଙ୍କୁ ଶାହାଙ୍କ ପ୍ରଶଂସା

ଭୁବନେଶ୍ୱର,୫ା୮(ଅନିଲ ଦାସ): ଓଡ଼ିଶାର ମାଓବାଦୀ ଦମନ ନୀତି ଏବଂ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାକୁ ନେଇ କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ରାଜ୍ୟ ସରକାରଙ୍କୁ ଭୂରିଭୂରି ପ୍ରଶଂସା କରିଛନ୍ତ। ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଶାହା ଶନିବାର ଲୋକସେବା କନ୍‌ଭେନ୍‌ସନ୍‌ ହଲ୍‌ରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିବ ଭାବେ ଯୋଗ ଦେଇ କହିଛନ୍ତି ଯେ, ୨୦୧୫ ରୁ ୨୦୧୯ ମଧ୍ୟରେ ମାଓବାଦୀ ଘଟଣା ୩୦% ହ୍ରାସ ପାଇଛି। ଗୁଳି ବିନିମୟ ତଥା ଆକ୍ରମଣ ଘଟଣାରେ ୩୨ ପ୍ରତିଶତ ଓ ସୁରକ୍ଷାକର୍ମୀଙ୍କ ମୃତ୍ୟୁରେ ୫୬ ପ୍ରତିଶତ ହ୍ରାସ ଘଟିଛି । ଗତ ୯ ବର୍ଷରେ ମାଓବାଦକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରାଯାଇ ପାରିଛି। ମାଓବାଦୀ ମୁକାବିଲାରେ ଓଡ଼ିଶା କେନ୍ଦ୍ର ସରକାରଙ୍କୁ ସର୍ବଦା ସମର୍ଥନ କରିଛି। ଏନେଇ ଶାହା ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି।

ଖାଲି ଏତିକି ନୁହେଁ, ବିପର୍ଯ୍ୟୟ ପରିଚାଳନାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେଇଥିବା ଶୂନ ମୃତ୍ୟୁ ସଙ୍କଳ୍ପକୁ ବି ଶାହା ଭୂୟସୀ ପ୍ରଶାଂସା କରିଛନ୍ତି। ଓଡ଼ିଶା ସରକାରଙ୍କ ବିପର୍ଯ୍ୟୟ ପରିଚାଳନା ଜାତୀୟ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଉନ୍ନତ ଜ୍ଞାନ କୌଶଳ ଆପଣାଇ ବିପର୍ଯ୍ୟୟ ସମୟରେ ଜିରୋ କାଜୁଆଲିଟି କାର୍ଯ୍ୟକାରୀ କରିବାରେ ଓଡିଶା ସଫଳ ହୋଇଛି। ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ରୋଲ ମଡେଲ ପାଲଟିଛ। କେନ୍ଦ୍ର ଏବଂ ରାଜ୍ୟ ମିଶି କାମ କଲେ ବିପର୍ଯ୍ୟୟ ପରାସ୍ତ ହେଉଛି ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri