Posted inଜାତୀୟ

ଭର୍ଚୁଆଲ ରାଲିରେ ଗର୍ଜିଲେ ଶାହା

କୋଲକାତା, ୩୧।୧: ପଶ୍ଚିମବଙ୍ଗର ହାଓ୍ବାଡ଼ାରେ ରବିବାର ଭାଜପା ପକ୍ଷରୁ ଏକ ରାଲି ଅନୁଷ୍ଠିତ ହୋଇଯାଇଛି। ଏହି ରାଲିରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଭର୍ଚୁଆଲ୍‌ ମାଧ୍ୟମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତାଙ୍କ ରାଜନୈତିକ ଦଳ ତୃଣମୂଳ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ଆସନ୍ତା ବିଧାନସଭା ନିର୍ବାଚନରେ ରାଜ୍ୟରେ ତୃଣମୂଳ କ୍ଷମତାଚ୍ୟୁତ ହେବ ବୋଲି ଶାହା କହିଛନ୍ତି। ରାଜ୍ୟରେ ଭାଜପା ସରକାର ଗଠନ ହେଲେ ପ୍ରଥମେ ଏଠାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ସେହିପରି କୃଷକ ସମ୍ମାନ ନିଧି ଯୋଜନା ମଧ୍ୟ ପ୍ରଣୟନ କରାଯିବ ବୋଲି ଶାହା କହିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ ବିସ୍ଫୋରଣ ପରେ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତକୁ ବାତିଲ କରାଯାଇଥିଲା। ତେବେ ଆୟୋଜିତ ରାଲିରେ ସେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେବାକୁ ସ୍ବୀକୃତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ୱତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ୱତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri