ଶାହରୁଖ ଏମ୍‌ପିଜିର ନୂଆ ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୩।୬: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମୁଥୁଟ୍‌ ପପାଚାନ୍‌ ଗ୍ରୁପ୍‌ (ଏମ୍‌ପିଜି)ର ନୂଆ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ଶାହରୁଖ ଖାନ୍‌ଙ୍କ ସହ ସହଭାଗିତା କରାଯାଇଛି। ଏପରିକି ଏହି ସହଭାଗିତା ଏମ୍‌ପିଜି ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହୋଇଥିବାବେଳେ ବ୍ରାଣ୍ଡ୍‌ର ଉପସ୍ଥିତି ସହ ସାରା ଦେଶର ବିବିଧ ଗ୍ରାହକଙ୍କ ସହ ଯୋଡ଼ି ହେବାର ନୂଆ ପଥକୁ ଦୋହରାଉଛି। ଉଲ୍ଲେଖଯୋଗ୍ୟ, ମୁଥୁଟ୍‌ ବ୍ଲୁ ନାମରେ ପରିଚିତ ୧୩୭ ବର୍ଷ ପୁରୁଣା ମୁଥୁଟ୍‌ ପପାଚାନ୍‌ ଗ୍ରୁପ୍‌ (ଏମ୍‌ପିଜି)ଭାବେ ପରିଚିତ ଥିଲାବେଳେ ଦେଶର ପ୍ରମୁଖ ଏନ୍‌ବିଏଫସି ଯଥା ମୁଥୁଟ୍‌ ଫିନ୍‌କର୍ପ ଲିମିଟେଡ୍‌, ମୁଥୁଟ୍‌ ମାଇକ୍ରୋଫିନ୍‌ ଲିମିଟେଡ୍‌, ମୁଥୁଟ କ୍ୟାପିଟାଲ୍‌ ସର୍ଭିସେସ୍‌ ଲିମିଟେଡ୍‌ ଓ ମୁଥୁଟ୍‌ ହାଉସିଂ ଫାଇନାନ୍ସ କମ୍ପାନୀ ଲିମିଟେଡ୍‌ର ପ୍ରତିଷ୍ଠାତା ଭାବେ ଜଣାଶୁଣା ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ମୁଥୁଟ୍‌ ପପାଚାନ୍‌ ଗ୍ରୁପ୍‌ର ଅଧ୍ୟକ୍ଷ ଥୋମାସ ଜନ୍‌ ମୁଥୁଟ୍‌ କହିଛନ୍ତି, ଏହା ଆମ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହୋଇଥିଲାବେଳେ ଶାହରୁଖ ଖାନ୍‌ଙ୍କ ଯାତ୍ରା ଆମ କମ୍ପାନୀର ବିଭିନ୍ନ ଟଚ୍‌ ପଏଣ୍ଟରେ ସେବା ଉପଲବ୍ଧ କରାଇବା ପାଇଁ ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪...

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ...

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ...

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri