ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ ସର୍ବିନା କାର୍ପେଣ୍ଟର, ଦୋଏଚି, ଭିଭିଆନ୍‌ ଓ୍ବିଲ୍‌ସନ, ନିକୋଲେ ସ୍କେର୍ଜିଙ୍ଗର, ଓ୍ବାଲ୍ଟନ ଗୋଗିନ୍ସ, ଜେନିଫର ଲରେନ୍ସ, ଶାଇଗିଲ୍‌ଗେଅସ୍‌-ଆଲେକ୍‌ଜାଣ୍ଡାର, କୋଲେ ଏସ୍କୋଲା ଏବଂ ନୋଆହ ଓ୍ବିଲେ ପ୍ରମୁଖ ସେଲିବ୍ରିଟି ରହିଥିବାବେଳେ ଭାରତରୁ କେବଳ ଶାହରୁଖ୍‌ ସ୍ଥାନ ପାଇଛନ୍ତି।
୬୦ ବର୍ଷୀୟ ସୁପରଷ୍ଟାର କିଙ୍ଗ୍‌ ଖାନ୍‌ ଚଳିତବର୍ଷ ଆୟୋଜିତ ମେଟ୍‌ ଗାଲାରେ ନଜର ଆସିଥିବାରୁ ତାଙ୍କୁ ଏହି ସ୍ବୀକୃତି ପ୍ରଦାନ କରାଯାଇଛି। ମେଟ୍‌ ଗାଲା ଇଭେଣ୍ଟରେ ଯୋଗଦାନ ବେଳେ ଶାହରୁଖ୍‌ ଜଣାଶୁଣା ଡିଜାଇନର ସବ୍ୟସାଚୀ ମୁଖାର୍ଜୀଙ୍କ ଦ୍ୱାରା ପ୍ରସ୍ତୁତ ପୋଷାକ ପରିଧାନ କରିଥିଲେ। ବଲିଉଡ୍‌ ତଥା ବିଶ୍ୱର ଅନ୍ୟତମ ବଡ଼ ତାରକା ଭାବେ ପରିଚିତ ଏସ୍‌ଆର୍‌କେଙ୍କ ବହୁ ପ୍ରଶଂସକ ରହିଛନ୍ତି। ଏଥର ମେଟ୍‌ ଗାଲାରେ ତାଙ୍କୁ ଅତିଥି ଭାବେ ଦେଖିବାକୁ ମିଳିଥିଲା। ସେ ପିନ୍ଧିଥିବା ନେକ୍‌ଲେସ୍‌ରେ ‘କେ’ ଅକ୍ଷର ରହିଥିଲା। ଶାହରୁଖ୍‌ଙ୍କୁ ଆଗାମୀ ଫିଲ୍ମ ‘କିଙ୍ଗ୍‌’ରେ ଦେଖିବାକୁ ମିଳିବ। ଏଥିରେ ତାଙ୍କ ଝିଅ ସୁହାନା ଖାନ୍‌ ଓ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ମଧ୍ୟ ଅଭିନୟ କରୁଛନ୍ତି। ୨୦୨୩ରେ ପଠାନ୍‌ର ନିର୍ଦ୍ଦେଶନା ଦେଇଥିବା ସିଦ୍ଧାର୍ଥ ଆନନ୍ଦ ଏହାର ଡାଇରେକ୍ଟର। ରେଡ୍‌ ଚିଲିଜ୍‌ ଏଣ୍ଟରଟେନ୍‌ମେଣ୍ଟ ଓ ମାର୍‌ଫ୍ଲିକ୍ସ ପିକ୍ସର୍ସ ବ୍ୟାନରରେ ଏହି ହିନ୍ଦୀ ସିନେମା ନିର୍ମାଣ କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ: ରାଗରେ ନିଆଁବାଣ PCB

ନୂଆଦିଲ୍ଲୀ,୧୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ (KKR) ଦଳ ମୁଖ୍ୟ ଖବର ପାଲଟିଛି। ଗୋଟିଏ ପଟେ, ହର୍ଷିତ ରାଣା ଆଘାତ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri