ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ ସର୍ବିନା କାର୍ପେଣ୍ଟର, ଦୋଏଚି, ଭିଭିଆନ୍‌ ଓ୍ବିଲ୍‌ସନ, ନିକୋଲେ ସ୍କେର୍ଜିଙ୍ଗର, ଓ୍ବାଲ୍ଟନ ଗୋଗିନ୍ସ, ଜେନିଫର ଲରେନ୍ସ, ଶାଇଗିଲ୍‌ଗେଅସ୍‌-ଆଲେକ୍‌ଜାଣ୍ଡାର, କୋଲେ ଏସ୍କୋଲା ଏବଂ ନୋଆହ ଓ୍ବିଲେ ପ୍ରମୁଖ ସେଲିବ୍ରିଟି ରହିଥିବାବେଳେ ଭାରତରୁ କେବଳ ଶାହରୁଖ୍‌ ସ୍ଥାନ ପାଇଛନ୍ତି।
୬୦ ବର୍ଷୀୟ ସୁପରଷ୍ଟାର କିଙ୍ଗ୍‌ ଖାନ୍‌ ଚଳିତବର୍ଷ ଆୟୋଜିତ ମେଟ୍‌ ଗାଲାରେ ନଜର ଆସିଥିବାରୁ ତାଙ୍କୁ ଏହି ସ୍ବୀକୃତି ପ୍ରଦାନ କରାଯାଇଛି। ମେଟ୍‌ ଗାଲା ଇଭେଣ୍ଟରେ ଯୋଗଦାନ ବେଳେ ଶାହରୁଖ୍‌ ଜଣାଶୁଣା ଡିଜାଇନର ସବ୍ୟସାଚୀ ମୁଖାର୍ଜୀଙ୍କ ଦ୍ୱାରା ପ୍ରସ୍ତୁତ ପୋଷାକ ପରିଧାନ କରିଥିଲେ। ବଲିଉଡ୍‌ ତଥା ବିଶ୍ୱର ଅନ୍ୟତମ ବଡ଼ ତାରକା ଭାବେ ପରିଚିତ ଏସ୍‌ଆର୍‌କେଙ୍କ ବହୁ ପ୍ରଶଂସକ ରହିଛନ୍ତି। ଏଥର ମେଟ୍‌ ଗାଲାରେ ତାଙ୍କୁ ଅତିଥି ଭାବେ ଦେଖିବାକୁ ମିଳିଥିଲା। ସେ ପିନ୍ଧିଥିବା ନେକ୍‌ଲେସ୍‌ରେ ‘କେ’ ଅକ୍ଷର ରହିଥିଲା। ଶାହରୁଖ୍‌ଙ୍କୁ ଆଗାମୀ ଫିଲ୍ମ ‘କିଙ୍ଗ୍‌’ରେ ଦେଖିବାକୁ ମିଳିବ। ଏଥିରେ ତାଙ୍କ ଝିଅ ସୁହାନା ଖାନ୍‌ ଓ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ମଧ୍ୟ ଅଭିନୟ କରୁଛନ୍ତି। ୨୦୨୩ରେ ପଠାନ୍‌ର ନିର୍ଦ୍ଦେଶନା ଦେଇଥିବା ସିଦ୍ଧାର୍ଥ ଆନନ୍ଦ ଏହାର ଡାଇରେକ୍ଟର। ରେଡ୍‌ ଚିଲିଜ୍‌ ଏଣ୍ଟରଟେନ୍‌ମେଣ୍ଟ ଓ ମାର୍‌ଫ୍ଲିକ୍ସ ପିକ୍ସର୍ସ ବ୍ୟାନରରେ ଏହି ହିନ୍ଦୀ ସିନେମା ନିର୍ମାଣ କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri