ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ସଙ୍ଗୀତ ସୋମ ଶାହରୁଖଙ୍କ ବିରୋଧରେ ଏକ କଠୋର ମନ୍ତବ୍ୟ ଦେଇ ତାଙ୍କୁ ‘ଦେଶପ୍ରତି ବିଶ୍ୱାସଘାତକ’ ବୋଲି କହିଥିଲେ।

ତାଙ୍କ ବିବୃତ୍ତିରେ ସଙ୍ଗୀତ ସୋମ କହିଛନ୍ତି,ବର୍ତ୍ତମାନ ବାଂଲାଦେଶରେ ହିନ୍ଦୁ ସମ୍ପ୍ରଦାୟ ବରୋଧରେ ହିଂସା ଏବଂ ଅତ୍ୟାଚାରର ରିପୋର୍ଟ ସାମ୍ନାକୁ ଆସୁଛି। କିଛି ଲୋକ ସମ୍ବେଦନଶୀଳ ପ୍ରସଙ୍ଗଗୁଡ଼ିକୁ ଅଣଦେଖା କରି କେବଳ ବାଣିଜି୍ୟକ ସ୍ବାର୍ଥକୁ ପ୍ରାଥମିକତା ଦେଉଛନ୍ତି। IPL ଭଳି ପ୍ରମୁଖ କ୍ରିକେଟ ଟୁର୍ନାମେଣ୍ଟରେ ଖେଳାଳିମାନଙ୍କୁ କିଣାବିକା କରାଯାଉଛି, ଏବଂ ଏହି ପରିପ୍ରେକ୍ଷୀରେ, ଶାହରୁଖଙ୍କ ସହ ଜଡିତ ଏକ ଦଳ ପ୍ରାୟ ୯ କୋଟି ଟଙ୍କାରେ ଜଣେ ବାଂଲାଦେଶୀ କ୍ରିକେଟରଙ୍କୁ କିଣିଛି।

ଭାଜପା ନେତା କହିଛନ୍ତି ଯେ, ପଡ଼ୋଶୀ ଦେଶରେ ହିନ୍ଦୁମାନଙ୍କୁ ହତ୍ୟା କରାଯାଉଥିବାବେଳେ ଏପରି କାର୍ଯ୍ୟ ଜାତିର ଭାବନା ବିରୋଧରେ। ଏପରି ଲୋକଙ୍କର ଦେଶରେ ବଞ୍ଚିବାର ନୈତିକ ଅଧିକାର ରହିବା ଉଚିତ୍‌ ନୁହେଁ।
ସଙ୍ଗୀତ ସୋମଙ୍କ ଏହି ବକ୍ତବ୍ୟ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ତାଙ୍କ ଭାଷଣ ସମୟରେ ସଙ୍ଗୀତ ସୋମ କେନ୍ଦ୍ର ସରକାର ଏବଂ ଉତ୍ତର ପ୍ରଦେଶ ସରକାରଙ୍କ ନୀତିଗୁଡ଼ିକୁ ଖୋଲାଖୋଲି ଭାବରେ ପ୍ରଶଂସା କରିଥିଲେ। ସେ କହିଛନ୍ତି, କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ଏବଂ ରାଜ୍ୟରେ ଯୋଗୀ ଆଦିତ୍ୟନାଥ ସରକାରଙ୍କ ନେତୃତ୍ୱରେ ଆଇନ ଶୃଙ୍ଖଳାରେ ଯଥେଷ୍ଟ ଉନ୍ନତି ହୋଇଛି। ଯୋଗୀ ସରକାରଙ୍କ କାର୍ଯ୍ୟକାଳରେ ଅତିକ ଅହମ୍ମଦଙ୍କ ଭଳି ପ୍ରମୁଖ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ଏବଂ ରାଜ୍ୟରେ ଆପରାଧିକ ନେଟୱାର୍କ ଦୁର୍ବଳ ହୋଇଛି।

ଉଲ୍ଲେଖନୀୟ ଯେ, ସମ୍ପ୍ରତି ହୋଇଥିବା IPL ନିଲାମରେ, ଶାହରୁଖଙ୍କ ସହ-ମାଲିକାନାଧୀନ ଦଳ, KKR, ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ ୯.୨୦ କୋଟିରେ କିଣିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?