ଟାଇମ ୧୦୦ର ଶୀର୍ଷ ତାଲିକାରେ ଶାହରୁଖ ଖାନ

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହରୁଖ ଖାନଙ୍କ ଫିଲ୍ମ‘ପଠାନ୍‌’ସାରା ଦେଶରେ ରେକର୍ଡ ସୃଷ୍ଟି କରିଛି। ଏହି ସମୟରେ ଶାହରୁଖ ନିଜ ନାଁକୁ ଟାଇମ ୧୦୦ତାଲିକାର ଶୀର୍ଷରେ ସ୍ଥାନିତ କରିଛନ୍ତି। କେବଳ ଏତିକି ନୁହେଁ, ସେ ଫୁଟବଲ ଖେଳାଳି ଲିଓନେଲ ମେସି, ପ୍ରିନ୍ସ ହ୍ୟାରି, ମେଗମ ମାର୍କଲେଙ୍କ ପରି ଭେଟେରାନମାନଙ୍କୁ ମଧ୍ୟ ପଛରେ ପକାଇଛନ୍ତି।

ଟାଇମ ମାଗାଜିନ୍‌ ମୋଷ୍ଟ ଇନ୍‌ଫ୍ଲୁଏନସିଆଲ ବ୍ୟକ୍ତିଙ୍କ ତାଲିକା ପ୍ରକାଶ କରିଛି ଯେଉଁଥିରେ ଶାହରୁଖ ଖାନ ଶୀର୍ଷରେ ରହିଛନ୍ତି। ପାଠକମାନଙ୍କ ଦ୍ୱାରା ଦିଆଯାଇଥିବା ଭୋଟ ଆଧାରରେ ଏହି ତାଲିକା ପ୍ରସ୍ତୁତ ହୋଇଛି। ଆମେରିକୀୟ ପ୍ରକାଶନ ଅନୁଯାୟୀ, ଚଳିତ ବର୍ଷ ୧.୨ ମିଲିୟନ ଅର୍ଥାତ୍‌ ୧୨ଲକ୍ଷ ଭୋଟ ଦେଇଛନ୍ତି, ଯେଉଁଥିରେ ଶାହରୁଖ ଖାନ ସର୍ବାଧିକ ୪ ପ୍ରତିଶତ ଭୋଟ ପାଇଛନ୍ତି।

ଏହି ତାଲିକାର ଦ୍ୱିିତୀୟ ସ୍ଥାନରେ ଇରାନୀୟ ମହିଳା ମହସା ଆମିନୀ ଅଛନ୍ତି। ଯିଏକି ତାଙ୍କ ଦେଶରେ ଇସଲାମିକ ମୌଳିକତା ବିରୋଧରେ ଆନ୍ଦୋଳନ ଆରମ୍ଭ କରିଥିଲେ। ଗତ ବର୍ଷ ସେପ୍ଟେମ୍ବରରେ ମହସାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ ୩ ପ୍ରତିଶତ ଭୋଟ ମିଳିଥିଲା। ସେହିପରି ୧.୯ ପ୍ରତିଶତ ଭୋଟ ସହିତ ତୃତୀୟ ସ୍ଥାନରେ ପ୍ରିନ୍ସ ହ୍ୟାରି ଏବଂ ଚତୁର୍ଥ ସ୍ଥାନରେ ପ୍ରିନ୍ସ ହ୍ୟାରିଙ୍କ ସ୍ତ୍ରୀ ମେଗମ ମାର୍କଲ। ଏଥି ସହିତ, ପାଞ୍ଚ ନମ୍ବରରେ ଫୁଟବଲ ଖେଳାଳି ଲିଓନେଲ ମେସି ଅଛନ୍ତି, ଯିଏ ୧.୮ ପ୍ରତିଶତ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri