ଦୀର୍ଘ ଦୁଇ ବର୍ଷ ପରେ ବଡ ପରଦାକୁ ଫେରିବାକୁ ଯାଉଛନ୍ତି କିଙ୍ଗ ଖାନ୍‌

ମୁମ୍ବାଇ: ବଲିଉଡ୍ ନାୟକ ଶାହାରୁଖ ଖାଁଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର । ଗତ ପ୍ରାୟ ୨ ବର୍ଷ ହେବ ଫିଲ୍ମ ଦୁନିଆରୁ ଦୂରରେ ଥିବା ଶାହାରୁଖ ପୁଣିଥରେ ବଡ ପରଦାକୁ ଫେରିବାକୁ ଯାଉଛନ୍ତି । ତାଙ୍କ ଅପକମିଂ ଫିଲ୍ମ ‘ପଠାନ’ର ଶୁଟିଂ ନଭେମ୍ବର ଶେଷ ବେଳକୁ ଆରମ୍ଭ ହେବ ବୋଲି ଜଣାପଡିଛି । ଏହାପରେ ୨୦୨୧ରେ ଦୀପିକା ପାଦୁକୋନ ଓ ଜନ୍ ଅବ୍ରାହମ ଏଥିରେ ଯୋଗ ଦେବେ । ମିଡ ଡେ’ରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ ସିଦ୍ଧାର୍ଥ ଆନନ୍ଦଙ୍କ ଫିଲ୍ମ ‘ପଠାନ’ ୨ ମାସ ପାଇଁ ମୁମ୍ବାଇର ୟଶରାଜ ଫିଲ୍ମ ଷ୍ଟୁଡିଓରେ କରାଯିବ । ଏଥିରେ ଶାହାରୁଖ ସବୁ ଆକ୍ସନ ସିନ୍ କରିବେ । ଯାହା କେବଳ ଶାହାରୁଖଙ୍କ ଅଭିନୟ ଉପରେ ପର୍ଯ୍ୟବେଶିତ ହେବ । ଏହାପରେ ୨୦୨୧ ଜାନୁୟାରୀରେ ଦୀପିକା ଓ ଜନ୍ ଏଥିପାଇଁ ଶୁଟିଂ ଆରମ୍ଭ କରିବେ । ଏହା ସିଦ୍ଧାର୍ଥଙ୍କ ପୂର୍ବ ଫିଲ୍ମ ୱାର ଭଳି ହେବ ବୋଲି କୁହାଯାଉଛି । ଏହା ସମ୍ପୂର୍ଣ୍ଣ ଭାବେ ରୋମାଣ୍ଟିକ ଫିଲ୍ମ ହେବ । ସୂଚନାଯୋଗ୍ୟ, କିଙ୍ଗ ଖାନ୍ ଏବେ ୟୁଏଇରେ ତାଙ୍କ ଦଳ କୋଲକାତା ନାଇଟ ରାଇଡର୍ସ ଆଇପିଏଲ୍ ୨୦୨୦ରେ ଭାଗ ନେବାକୁ ୟୁଏଇ ଯାଇଛନ୍ତି । ସେଠାରେ ତାଙ୍କର ଡ୍ୟାସିଂ ଲୁକ୍ ପଠାନ ଫିଲ୍ମରେ ନଜର ଆସିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri