କିଙ୍ଗ ଖାଁଙ୍କ ସହ ରୋମାନ୍ସ କରିବେ ତାପସୀ

ମୁମ୍ବାଇ: ବଲିଉଡ୍ ନାୟିକା ତାପସୀ ପନ୍ନୁ ଏବେ ରାଜକୁମାର ହିରାନିଙ୍କ ଫିଲ୍ମରେ ଶାହାରୁଖଙ୍କ ଅପୋଜିଟ୍‌ରେ ନଜର ଆସିବେ ବୋଲି ଶୁଣିବାକୁ ମିଳିଛି । ଯଦି ଏହା ହେଲା ତେବେ ପ୍ରଥମଥର ଲାଗି ଶାହାରୁଖ ଓ ତାପସୀଙ୍କ ଯୋଡିକୁ ବଡ ପରଦାରେ ଦେଖିବାକୁ ମିଳିବ । ହିରାନିଙ୍କ ଅଗାମୀ ଫିଲ୍ମ ସୋସିଆଲ କମେଡି ଡ୍ରାମା ହେବ ବୋଲି ଜଣାପଡିଛି । ଯାହା ଇମିଗ୍ରେଶନ ଉପରେ ଆଧାରିତ ହେବ । ଶାହାରୁଖ ଏକ ଇମିଗ୍ରେଟ ଚରିତ୍ରରେ ନଜର ଆସିବେ । ଯିଏ ପଞ୍ଜାବରୁ ଆସି କାନାଡାରେ ରହିଥିବେ । ଦର୍ଶକଙ୍କୁ ଏହି ଫିଲ୍ମରେ ପ୍ରଥମଥର ଲାଗି ଶାହାରୁଖ-ତାପସୀଙ୍କ କେମେଷ୍ଟ୍ରି ଦେଖିବାକୁ ମିଳିବ । ମିଳିଥିବା ସୂଚନା ଅନୁଯାୟୀ, ଏହା ୨୦୨୨ରେ ରିଲିଜ୍ ହେବ । ଆଉ ଏହାର ଶୁଟିଂ ଚଳିତ ବର୍ଷ ଜୁନରୁ ଆରମ୍ଭ ହେବ । ଏବେ ହିରାନି ଶୁଟି ପାଇଁ ଜାଗା ଖୋଜୁଥିବା ଜଣାପଡିଛି । ଏହାର ପ୍ରୋ-ପ୍ରଡକଶନ୍ କାମ ଆରମ୍ଭ ହୋଇସାରିଛି । ତାପସୀ ତାଙ୍କ ଆଗାମୀ ଫିଲ୍ ‘ଲୁପ ଲପେଟା’ର ଶୁଟିଂ ଶେଷ କରିଥିବା ବେଳେ ଅନୁରାଗ କଶ୍ୟପଙ୍କ ଫିଲ୍ମ ‘ଦୋବାରା’ର ଶୁଟିଂ ଆରମ୍ଭ କରି ସାରିଛନ୍ତି । ନିକଟରେ ଫିଲ୍ମର ଟିଜର ଅନୁରାଗ ଟୁଇଟ୍ କରିଥିଲେ । ଏହାସହ ଶାହାରୁଖ ତାଙ୍କ ଆଗାମୀ ଫିଲ୍ମ ‘ପଠାନ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି ଯାହା ଚଳିତ ବର୍ଷ ରିଲିଜ୍ ହେବାର ଯୋଜନା ରହିଥିଲା । ଏବେ କିନ୍ତୁ ଶୁଣିବାକୁ ମିଳିଛି ଏହା ୨୦୨୨ରେ ରିଲିଜ୍ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?