ସୁପର ସ୍ପେଶାଲିଟି ଡାକ୍ତରଖାନାର ଉଦ୍‌ଘାଟନ କରିବେ ଶାହା

ସମ୍ବଲପୁର,୧୭ା୩(ପ୍ରମୋଦ ବହିଦାର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୨ଓ ୨୩ ତାରିଖ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ପ୍ରଥମ ଦିନ ମାର୍ଚ୍ଚ ୨୨ରେ ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେବା ସହ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ସ୍ଥିର ହୋଇଛି।

ଶାହାଙ୍କ ଗସ୍ତକୁ ନେଇ ବୁର୍ଲାସ୍ଥିତ ଏମ୍‌ସିଏଲ୍‌ ଅତିଥି ଭବନରେ ରବିବାର ଭାଜପା ପକ୍ଷରୁ ଅନୁଷ୍ଠିତ ଏକ ପ୍ରସ୍ତୁତି ବୈଠକରେ ଯୋଗଦେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏହି ସୂଚନା ଦେଇଛନ୍ତି।

ସଭାପତି ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସାଧାରଣ ସମ୍ପାଦକ ମାନସ ମହାନ୍ତି, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ୍‌, ପଞ୍ଚାୟତିରାଜ ତଥା ପାନୀୟ ଜଳମନ୍ତ୍ରୀ ରବି ନାରାୟଣ ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ।

ବୈଠକ ଶେଷରେ ରାଜ୍ୟ ସଭାପତି ସାମଲ କହିଛନ୍ତି, ହସ୍ତଗତ ହୋଇଥିବା କାର୍ଯ୍ୟସୂଚୀ ଅନୁସାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା ମାର୍ଚ୍ଚ ୨୧ରେ ଦିଲ୍ଲୀରୁ ଆସି ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ। ସେଠାରୁ ଆସି ବୁର୍ଲା ଏମସିଏଲ୍‌ ଅତିଥି ଭବନରେ ରାତ୍ରିଯାପନ କରିବେ।

ତା’ ପରଦିନ ଅର୍ଥାତ ୨୨ ତାରିଖ ସକାଳେ ସମ୍ବଲପୁରର ଇଷ୍ଟଦେବୀ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏହା ପରେ ବୁର୍ଲାର ବହୁ ପ୍ରତୀକ୍ଷିତ ସୁପର ସ୍ପେଶାଲିଟି ଡାକ୍ତରଖାନା, ଦୁର୍ଗାପାଲିର ରେଳ ଓଭରବ୍ରିଜ ଓ ସ୍ପୋଟର୍‌ସ କମ୍ପ୍ଲ୍ଲେକ୍ସର ଉଦ୍‌ଘାଟନ କରିବେ।

ଏଥିପୂର୍ବରୁ ପୂର୍ବାହ୍ନରେ ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ ଆୟୋଜିତ ହେବାକୁ ଥିବା ଏକ ସାଧାରଣ ସଭାରେ ଯୋଗଦେଇ ସମବେତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏଠାରୁ ସେ ଏମସିଏଲ୍‌ ଅତିଥି ଭବନ ଫେରିବେ। ସେଠାରେ ମଧ୍ୟାହ୍ନ ଭୋଜନ ସାରି ଅପରାହ୍ନରେ ଭୁବନେଶ୍ୱର ଅଭିମୁଖେ ବାହାରିଯିବେ। ଭୁବନେଶ୍ୱରରେ କଛି ସମୟ ରହିବା ପରେ ସେ ପୁରୀ ଯାଇ ସେଠାରେ ରାତ୍ରିଯାପନ କରିବେ। ୨୩ତାରିଖ ସକାଳେ ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି ଜଟଣୀରେ ଦେଶର ଦ୍ୱିତୀୟ ଫୋରେନସିକ୍‌ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ସହିତ ଅନ୍ୟାନ୍ୟ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ସେ ଦିଲ୍ଲୀ ଫେରିଯିବେ ବୋଲି ସୂଚନା ଦେଇଛନ୍ତି ସଭାପତି ସାମଲ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri