Posted inଜାତୀୟ

କର୍ନାଟକ ନିର୍ବାଚନ: ଦେବନହଲ୍ଲୀରେ ଆଜି ରୋଡ ଶୋ’ କରିବେ ଶାହା

ବେଙ୍ଗାଲୁରୁ,୨୧।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ଅମିତ ଶାହା ଶୁକ୍ରବାର ଦୁଇ ଦିନିଆ କର୍ନାଟକ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ଶାହା ବେଙ୍ଗାଲୁରୁ ଉପକଣ୍ଠରେ ଥିବା ଦେବନହଲ୍ଲୀରେ ଏକ ରୋଡ ଶୋ’ ମଧ୍ୟ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଆସନ୍ତା ମେ’୧୦ରେ ହେବାକୁ ଥିବା କର୍ନାଟକ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଶାହା ରାଜ୍ୟରେ ଦଳର ପ୍ରସ୍ତୁତି ଉପରେ ମଧ୍ୟ ନଜର ରଖିବେ ବୋଲି ଜଣାପଡିଛି। ନିର୍ବାଚନ ସୂଚୀ ଘୋଷଣା ପରେ ଏହା ତାଙ୍କର ପ୍ରଥମ ରାଜ୍ୟ ଗସ୍ତ।

ସୂଚନାନୁଯାୟୀ, ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଶାହା ସାରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କ ସହ ବେଙ୍ଗାଲୁରୁରେ ଏକ ବୈଠକ କରିବେ। ତେବେ ଦିଲ୍ଲୀ ଫେରିବା ପୂର୍ବରୁ ସେ ଏକ ଘରୋଇ ନ୍ୟୁଜ ଚ୍ୟାନେଲ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଦେବନହଲ୍ଲୀରେ ଶାହା ଭାଜପାର ପି ମୁନିଶାମ୍ପାଙ୍କ ପାଇଁ ପ୍ରଚାର କରିବେ। ମେ’ ୧୦ ରେ ରାଜ୍ୟରେ ମତଦାନ ଅନୁଷ୍ଠିତ ହେବ ଏବଂ ମେ’ ୧୩ରେ ଭୋଟ ଗଣନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri