ଓଡ଼ିଶା ଆସିବେନି ଶାହା, ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଭୁବନେଶ୍ୱର,୮ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରହିଛି। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ସମ୍ବଲପୁର ଜିଲାପାଳ। ଚଳିତମାସ ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ ଶାହା। ତେବେ ଏହି କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି।

ଓଡିଶା ଗସ୍ତରେ ଆସି ଜଟଣୀ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ଥିଲା। ଏହାପରେ ସନ୍ଧ୍ୟାରେ ପିରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବାର ଥିଲା  । ମହାପ୍ରଭୁଙ୍କ ଦର୍ଶନ କରିବା ପରେ ପୁରୀରେ ହିଁ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଥିଲା।

୧୧ରେ ପୁରୀରୁ ବାହାରି ସମ୍ବଲପୁର ଯିବାର କାର୍ଯ୍ୟକ୍ରମ ରହିଥିଲା। ସେଠାରେ ମା’ ସମ୍ବଲେଶ୍ୱରୀଙ୍କ ଦର୍ଶନ କରିବା ସହ କିଛି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ଥିଲା। ପରେ ଭୁବନେଶ୍ୱର ଆସି ଜନତା ମୈଦାନରେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଭିଭାଷଣ ଦେବାର କାର୍ଯ୍ୟକ୍ରମ ରହିଥିଲା ।

ତେବେ ଏ ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। କାରଣ ଭାରତ-ପାକିସ୍ତାନ ମଧ୍ୟରେ ସ୍ଥିତି ଖରାପ ଥିବାରୁ ଶାହାଙ୍କ ଗସ୍ତ ବାତିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email…

ଶହ ଶହ କାଉଙ୍କ ମଡ଼କ, ବାର୍ଡ ଫ୍ଲୁ ଆତଙ୍କ

ଚେନ୍ନାଇ,୬।୨: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଶହ ଶହ କାଉଙ୍କ ମୃତ୍ୟୁକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ପରୀକ୍ଷାଗାରରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଏହି ପକ୍ଷୀମାନଙ୍କ ମୃତ୍ୟୁ…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ପଞ୍ଜାବରେ ପୁଣି ରାଜନୈତିକ ହତ୍ୟାକାଣ୍ଡ: ଆପ୍ ନେତା ଲକି ଓବରାଏଙ୍କୁ କାର ଭିତରେ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୬।୨: ପଞ୍ଜାବର ଜଲନ୍ଧରରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ ଆଦମୀ ପାର୍ଟି (ଆପ୍)ର ଜଣେ ପ୍ରମୁଖ ନେତା ଲକି ଓବରାଏଙ୍କୁ ଦିନଦ୍ୱିପ୍ରହରରେ ଗୁଳି କରି ହତ୍ୟା…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri