ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ ହେବ ଉଭୟ ଛତିଶଗଡ଼ ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ଆପୋସ ବୁଝାମଣା ଭିତରେ ମହାନଦୀ ବିବାଦର ସମାଧାନ ହେବ ବୋଲି ଶୁଣିବାକୁ ମିଳୁଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ନିଜ ମନ୍ତବ୍ୟରେ କହିସାରିଛନ୍ତି, ଆସନ୍ତା ଦୀପାବଳି ପୂର୍ବରୁ ମହାନଦୀ ବିବାଦର ସମାଧାନ ନେଇ ରାଜ୍ୟବାସୀ ଖୁସି ଖବର ଶୁଣିବେ। ଏଭଳି ସ୍ଥିତିରେ ମହାନଦୀ ପ୍ରସଙ୍ଗକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଉଭୟ ଛତିଶଗଡ଼ ଏବଂ ଓଡ଼ିଶା ସରକାରଙ୍କ ଏକ ବୈଠକ ଆସନ୍ତା ୧ ତାରିଖରେ ଅନୁଷ୍ଠିତ ହେବ ବୋଲି ଆଡ୍‌ଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସୋମବାର ପୀତାମ୍ବର କହିଛନ୍ତି, କେନ୍ଦ୍ରୀୟ ଜଳ ଆୟୋଗ ସଚିବ ୨ଟି ରିପୋର୍ଟ ଟ୍ରିବ୍ୟୁନାଲଙ୍କ ନିକଟରେ ଦାଖଲ କରିଛନ୍ତି। ଖୁବଶୀଘ୍ର ଅମିତ ଶାହାଙ୍କ ନେତୃତ୍ୱରେ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବ। ଏହି ଅବସରରେ ଉଭୟ ରାଜ୍ୟର ଯେଉଁ ସେଟେଲମେଣ୍ଟ ହେବା କଥା ବାରମ୍ବାର କୁହାଯାଉଛି ତାହା ଚୂଡାନ୍ତ ହେବ। ଏହି ପ୍ରସଙ୍ଗରେ ଆସନ୍ତା ୧୫ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ବୋଲି ସମୟ ଧାର୍ଯ୍ୟ ହୋଇଛି। ଦୁଇ ରାଜ୍ୟର ଶୀର୍ଷ ନେତୃତ୍ୱଙ୍କ ସହମତି ପରେ ସିଡବ୍ଲ୍ୟୁସିଙ୍କ ଅଧ୍ୟକ୍ଷତାରେ ଜଳ ବଣ୍ଟନର ଫର୍ମୁଲା ଖୋଜା ଚାଲିଛି। ସିଡବ୍ଲ୍ୟୁସି ତାଙ୍କ ଚୂଡାନ୍ତ ରିପୋର୍ଟ ଖୁବଶୀଘ୍ର ପ୍ରଦାନ କରିବେ।
ସୂଚନାଯୋଗ୍ୟ, ଛତିଶଗଡ଼ ଏବଂ ଓଡ଼ିଶା ମଧ୍ୟରେ ମହାନଦୀ ଜଳ ବିବାଦକୁ ନେଇ ଚାଲିଥିବା ବିବାଦର ସମାଧାନ ଲାଗି କେନ୍ଦ୍ର ସରକାର ଏଥିରେ ହସ୍ତକ୍ଷେପ କରିଛନ୍ତି। ନିକଟରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର. ପାଟିଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ହୋଇଥିଲା, ଯେଉଁଥିରେ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ। ଉକ୍ତ ବୈଠକରେ ହୋଇଥିବା ଆଲୋଚନା ମୁତାବକ, କେନ୍ଦ୍ରୀୟ ଜଳ ଆୟୋଗର ପ୍ରତିନିଧି ଏବଂ ଜଳ ଶକ୍ତି ମନ୍ତ୍ରଣାଳୟର ଅଧ୍ୟକ୍ଷତାରେ ଉଭୟ ରାଜ୍ୟର ବିବାଦର ସମାଧାନ ବାହାର କରାଯିବ। ଏଥିଲାଗି ଉଭୟ ରାଜ୍ୟର ବୈଷୟିକ ଟିମ୍‌ ମଧ୍ୟ ନିଜ ନିଜର ଜଳ ଆବଣ୍ଟନ ସମ୍ପର୍କିତ ତଥ୍ୟ ଉପସ୍ଥାପିତ କରିସାରିଛନ୍ତି। ଗତ ସପ୍ତାହରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ତାଙ୍କ ପରିବାର ସହିତ ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ ଭେଟିବା ସହ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ଏହାରି ଭିତରେ ଶାହାଙ୍କ ଅଧ୍ୟକ୍ଷତାରେ ଏ ବାବଦରେ ଏକ ବୈଠକ ବସିବ ବୋଲି ଖବର ସାମ୍ନାକୁ ଆସିବା ପରେ ଏହା ଉପରେ ସମସ୍ତଙ୍କ ନଜର ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?