Posted inଜାତୀୟ

ବିହାରରେ ବଢ଼ିଲା ରାଜନୈତିକ ହଲଚଲ: ଶାହାବୁଦ୍ଦିନଙ୍କ ପୁଅ ଓସାମା RJDରେ ସାମିଲ, କ୍ରିକେଟର ଈଶାନଙ୍କ ବାପା ଧରିଲେ ‘ନୀତୀଶ’ଙ୍କ ହାତ

ପାଟନା,୨୭।୧୦: ରାଜନୀତିର ପାଠଶାଳା କୁହାଯାଉଥିବା ବିହାରରେ ୨ ବଡ଼ ଘଟଣା ସାମ୍ନାକୁ ଆସିଛି। ସ୍ବର୍ଗତ ଏମ୍‌ପି ତଥା ଆର୍‌ଜେଡିର ବରିଷ୍ଠ ନେତା ଥିବା ମହମ୍ମଦ ଶାହାବୁଦ୍ଦିନଙ୍କ ପୁଅ ଓସାମା ରବିବାର ଆର୍‌ଜେଡିରେ ସାମିଲ ହୋଇଛନ୍ତି। ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତେଜସ୍ବୀ ଯାଦବ ତାଙ୍କୁ ଦଳର ସଦସ୍ୟତା ପ୍ରଦାନ କରିଛନ୍ତି। ଓସାମାଙ୍କ ବ୍ୟତିତ ତାଙ୍କ ମା’ ହିନା ଶହାବ ମଧ୍ୟ ଆଜି ଆର୍‌ଜେଡିରେ ସାମିଲ ହୋଇଛନ୍ତି। ତେବେ ଓସାମା ଦଳରେ ସାମିଲ ହେବା ପରେ କର୍ମୀ ଏକଜୁଟ ଏବଂ ମଜଭୂତ ହେବ ବୋଲି ଲାଲୁ କହିଛନ୍ତି। ସେହିଭଳି କ୍ରିକେଟର ଈଶାନ କିଶନଙ୍କ ବାପା ପ୍ରଣବ ପାଣ୍ଡେ ମଧ୍ୟ ରାଜନୈତିକ କ୍ୟାରିୟର ଆରମ୍ଭ କରିଛନ୍ତି। ସେ ଜେଡିୟୁରେ ସାମିଲ ହେବେ ବୋଲି ଜଣାପଡ଼ିଛି।

ବିହାରରେ ଏହି ୨ ରାଜନୈତିକ ଘଟଣାକ୍ରମ ପରେ ନିର୍ବାଚନୀ ହଲଚଲ ଆରମ୍ଭ ହୋଇଛନ୍ତି। ବିହାରରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଆରମ୍ଭ ହେବ। ଏମିତିରେ ଓସାମା ଆର୍‌ଜେଡିରେ ସାମିଲ ହେବାକୁ ଏକ ପ୍ରମୁଖ ଘଟଣାକ୍ରମ ବୋଲି କୁହାଯାଉଛି, କାରଣ ଶାହାବୁଦ୍ଦିନ ଆର୍‌ଜେଡିର ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ସାମିଲ ଅଛନ୍ତି। ତାଙ୍କ ପତ୍ନୀ ହିନା ମଧ୍ୟ ଆର୍‌ଜେଡିରେ ସାମିଲ ଅଛନ୍ତି। ତେବେ ୨୦୨୪ ଲୋକ ସଭା ନିର୍ବାଚନ ପରେ ସେ ଦଳ ଛାଡ଼ିଥିଲେ। ଏବେ ସେମାନେ ପୁଣିଥରେ ଆର୍‌ଜେଡିରେ ସାମିଲ ହୋଇଛନ୍ତି। ଜେଡିୟୁ ମଧ୍ୟ ଈଶାନ କିଶନଙ୍କ ବାପାଙ୍କୁ ଦଳରେ ସାମିଲ କରି ବଡ଼ ଗୋଟି ଚାଳନା କରିଛି। ଏହାଦ୍ୱାରା ଯୁବ ଭୋଟର ପ୍ରଭାବିତ ହେବେ ବୋଲି ଦଳ ଆଶା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri