Posted inଜାତୀୟ

ଆଇନ ବ୍ୟବସ୍ଥା ଦେଖିବା ଆପଣଙ୍କ ଦାୟିତ୍ୱ: ଶାହାବାଦ ହତ୍ୟା ଘଟଣା ଉପରେ ଏଲ୍‌ଜିଙ୍କୁ ଏଭଳି କହିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ଲେଫ୍ଟନାଣ୍ଟ ଗଭର୍ନର (ଏଲ୍‌ଜି)ଭି.କେ ସାକ୍ସେନାଙ୍କୁ ଶାହାବାଦ ଡେୟରୀ ଅଞ୍ଚଳରେ ନାବାଳିକା ହତ୍ୟା ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଏଲଜିଙ୍କୁ କହିଛନ୍ତି, ସହରରେ ଆଇନଶୃଙ୍ଖଳା ବଜାୟ ରଖିବା ଆପଣଙ୍କର ଦାୟିତ୍ୱ ଅଟେ।

କେଜ୍‌ରିଓ୍ବାଲ ଟୁଇଟ୍‌ କରି କହିଛନ୍ତି, ଦିଲ୍ଲୀରେ ଜଣେ ନାବାଳିକାକୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଏହା ଅତ୍ୟନ୍ତ ଦୁଃଖଦାୟକ ଏବଂ ଦୁର୍ଭାଗ୍ୟଜନକ। ଉପରାଜ୍ୟପାଳ ସାହେବ ଆଇନଶୃଙ୍ଖଳା ହେଉଛି ଆପଣଙ୍କର ଦାୟିତ୍ୱ। କିଛି କରନ୍ତୁ, ଦିଲ୍ଲୀର ଲୋକଙ୍କ ସୁରକ୍ଷା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ।

ଆମ ଆଦମୀ ପାର୍ଟି (ଏଏପି)ର ବରିଷ୍ଠ ନେତା ଅତିଶୀ ମଧ୍ୟ ଏହି ଘଟଣାରେ ଉପରାଜ୍ୟପାଳଙ୍କୁ ସମାଲୋଚନା କରି କହିଛନ୍ତି ଯେ, ମୁଁ ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ନରଙ୍କୁ ମନେ ପକାଇବାକୁ ଚାହୁଁଛି ଯେ, ଦିଲ୍ଲୀର ଲୋକଙ୍କୁ ସୁରକ୍ଷା ଦେବା ସମ୍ବିଧାନ ତାଙ୍କୁ ଦାୟିତ୍ୱ ଦେଇଛି। କିନ୍ତୁ ସେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବାରେ ନିଜର ସମସ୍ତ ସମୟ ଅତିବାହିତ କରୁଛନ୍ତି। ଦିଲ୍ଲୀର ମହିଳାମାନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ଉପରାଜ୍ୟପାଳଙ୍କୁ ଅନୁରୋଧ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?