ପାକିସ୍ତାନରେ ଶେହଓ୍ବାଜ ଯୁଗ ଆରମ୍ଭ

ଇସ୍‌ଲାମାବାଦ୍‌,୧୧।୪: ପାକିସ୍ତାନରେ ଲାଗିରହିଥିବା ରାଜନୈତିକ ସଙ୍କଟର ଅବସାନ ଘଟିଛି। ନ୍ୟାଶନାଲ ଆସେମ୍ଲିରେ ଅନାସ୍ଥା ଭୋଟରେ ହାରିବା ପରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ନିଜ ପଦରୁ ଇସ୍ତଫା ଦେବା ସହ ଗୃହତ୍ୟାଗ କରିଛନ୍ତି। ଇମ୍ରାନଙ୍କ ସମେତ ତାଙ୍କ ସାଥୀ ସଦସ୍ୟ ମଧ୍ୟ ସଂସଦରୁ ଇସ୍ତଫା ଦେବା ସହ ପ୍ରଧାନମନ୍ତ୍ରୀ ନିର୍ବାଚନକୁ ବହିଷ୍କାର କରିଛନ୍ତି। ଇତିମଧ୍ୟରେ ଦେଶର ନୂତନ ପ୍ରଧାନମନ୍ତ୍ରୀ ଚୟନ କରାଯାଇଛି। ପାକିସ୍ତାନରେ ବର୍ତ୍ତମାନଠାରୁ ଶେହଓ୍ବାଜ ସରକାରଙ୍କ ଯୁଗ ଆରମ୍ଭ ହେବାକୁ ଯାଉଛି। ସୋମବାର ରାତି ୮ଟାରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ସାନ ଭାଇ ତଥା ପିଏମ୍‌ଏଲ୍‌-ଏନ୍‌ ଅଧ୍ୟକ୍ଷ ୭୦ ବର୍ଷୀୟ ଶେହଓ୍ବାଜ ଶରିଫ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଶେହଓ୍ବାଜ ହେଉଛନ୍ତି ପାକିସ୍ତାନର ୨୩ତମ ପ୍ରଧାନମନ୍ତ୍ରୀ। ଅନ୍ୟପଟେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହେବା ପରେ ଶେହଓ୍ବାଜ ଆସେମ୍ଲିକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ପାକିସ୍ତାନରେ ପ୍ରଥମ ଥର ପାଇଁ ଅନାସ୍ଥା ଭୋଟ ଯୋଗୁ ସରକାର ଭାଙ୍ଗିଛି। ଯଦି ଆମେ ଅଗ୍ରଗତି କରିବାକୁ ଚାହୁଁ, ତେବେ ଡେଡ୍‌ଲକ୍‌ ପରିବର୍ତ୍ତେ ଡାଇଲଗ୍‌ ଉପରେ ଧ୍ୟାନ ଦେବା ଉଚିତ୍‌। ଏତଦ୍‌ବ୍ୟତୀତ ଯଦି ବିଦେଶୀ ଷଡ଼ଯନ୍ତ୍ର ମାମଲାରେ ତାଙ୍କର କୌଣସି ପ୍ରକାରର ଯୋଗଦାନ ଥିବା ପ୍ରମାଣ ମିଳେ ତେବେ ସେ ଆଲ୍ଲାଙ୍କୁ ସାକ୍ଷୀ ରଖି ଏହି ପଦରୁ ଇସ୍ତଫା ଦେବେ ବୋଲି ଶେହଓ୍ବାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri