ପାକିସ୍ତାନରେ ଶେହଓ୍ବାଜ ଯୁଗ ଆରମ୍ଭ

ଇସ୍‌ଲାମାବାଦ୍‌,୧୧।୪: ପାକିସ୍ତାନରେ ଲାଗିରହିଥିବା ରାଜନୈତିକ ସଙ୍କଟର ଅବସାନ ଘଟିଛି। ନ୍ୟାଶନାଲ ଆସେମ୍ଲିରେ ଅନାସ୍ଥା ଭୋଟରେ ହାରିବା ପରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ନିଜ ପଦରୁ ଇସ୍ତଫା ଦେବା ସହ ଗୃହତ୍ୟାଗ କରିଛନ୍ତି। ଇମ୍ରାନଙ୍କ ସମେତ ତାଙ୍କ ସାଥୀ ସଦସ୍ୟ ମଧ୍ୟ ସଂସଦରୁ ଇସ୍ତଫା ଦେବା ସହ ପ୍ରଧାନମନ୍ତ୍ରୀ ନିର୍ବାଚନକୁ ବହିଷ୍କାର କରିଛନ୍ତି। ଇତିମଧ୍ୟରେ ଦେଶର ନୂତନ ପ୍ରଧାନମନ୍ତ୍ରୀ ଚୟନ କରାଯାଇଛି। ପାକିସ୍ତାନରେ ବର୍ତ୍ତମାନଠାରୁ ଶେହଓ୍ବାଜ ସରକାରଙ୍କ ଯୁଗ ଆରମ୍ଭ ହେବାକୁ ଯାଉଛି। ସୋମବାର ରାତି ୮ଟାରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ସାନ ଭାଇ ତଥା ପିଏମ୍‌ଏଲ୍‌-ଏନ୍‌ ଅଧ୍ୟକ୍ଷ ୭୦ ବର୍ଷୀୟ ଶେହଓ୍ବାଜ ଶରିଫ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଶେହଓ୍ବାଜ ହେଉଛନ୍ତି ପାକିସ୍ତାନର ୨୩ତମ ପ୍ରଧାନମନ୍ତ୍ରୀ। ଅନ୍ୟପଟେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହେବା ପରେ ଶେହଓ୍ବାଜ ଆସେମ୍ଲିକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ପାକିସ୍ତାନରେ ପ୍ରଥମ ଥର ପାଇଁ ଅନାସ୍ଥା ଭୋଟ ଯୋଗୁ ସରକାର ଭାଙ୍ଗିଛି। ଯଦି ଆମେ ଅଗ୍ରଗତି କରିବାକୁ ଚାହୁଁ, ତେବେ ଡେଡ୍‌ଲକ୍‌ ପରିବର୍ତ୍ତେ ଡାଇଲଗ୍‌ ଉପରେ ଧ୍ୟାନ ଦେବା ଉଚିତ୍‌। ଏତଦ୍‌ବ୍ୟତୀତ ଯଦି ବିଦେଶୀ ଷଡ଼ଯନ୍ତ୍ର ମାମଲାରେ ତାଙ୍କର କୌଣସି ପ୍ରକାରର ଯୋଗଦାନ ଥିବା ପ୍ରମାଣ ମିଳେ ତେବେ ସେ ଆଲ୍ଲାଙ୍କୁ ସାକ୍ଷୀ ରଖି ଏହି ପଦରୁ ଇସ୍ତଫା ଦେବେ ବୋଲି ଶେହଓ୍ବାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri