ଶେହବାଜ ଦେଲେ ଆଟାକ୍‌ ଅର୍ଡର, ପାକ୍‌ ସେନାକୁ ଫ୍ରି ହ୍ୟାଣ୍ଡ, ଭାରତରେ ହାଇ ଆର୍ଲଟ

ନୂଆଦିଲ୍ଲୀ/ଇସଲାମବାଦ, ୭।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତ ମଙ୍ଗଳବାର ରାତିରେ ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ଥିବା ୯ଟି ଆତଙ୍କବାଦୀ ଅଡ୍ଡା ଉପରେ ମିସାଇଲ ଆକ୍ରମଣ କରିଛି। ଏହି ଅଭିଯାନକୁ ‘ଅପରେଶନ ସିନ୍ଦୁର’ ନାମ ଦିଆଯାଇଛି। ଭାରତୀୟ ବାୟୁସେନା, ସ୍ଥଳସେନା ଓ ନୌସେନାର ମିଳିତ ଉଦ୍ୟମରେ ଏହି ଆକ୍ରମଣ କରାଯାଇଥିବା ଭାରତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇଛି।

ଏପ୍ରିଲ ୨୨ରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନାଗରିକଙ୍କ ମୃତ୍ୟୁ ଘଟିଥିଲା। ଏହାର ପ୍ରତିଶୋଧ ନେବା ପାଇଁ ଭାରତ ଏହି ଅଭିଯାନ ଆରମ୍ଭ କରିଥିଲା। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ, ଏହି ଆକ୍ରମଣ କେବଳ ଆତଙ୍କବାଦୀ ଅଡ୍ଡାଗୁଡ଼ିକୁ ଟାର୍ଗେଟ କରିଥିଲା ଏବଂ ପାକିସ୍ତାନର ସୈନ୍ୟ ସମ୍ପର୍କିତ କୌଣସି ସ୍ଥାନକୁ ଆକ୍ରମଣ କରାଯାଇ ନ ଥିଲା। ଏହା ଏକ “ସୀମିତ ଓ ନିୟନ୍ତ୍ରିତ” କାର୍ଯ୍ୟାନୁଷ୍ଠାନ ବୋଲି ଭାରତ ଦାବି କରିଛି।

ଅନ୍ୟପକ୍ଷରେ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏହି ଆକ୍ରମଣକୁ “ଯୁଦ୍ଧର କାର୍ଯ୍ୟ” ବୋଲି ଅଭିହିତ କରି କହିଛନ୍ତି ଯେ, ପାକିସ୍ତାନକୁ ଏହାର “ଉଚିତ ଜବାବ” ଦେବାର ଅଧିକାର ରହିଛି। ସେ ପାକିସ୍ତାନ ସେନାକୁ ମୁକ୍ତ ଅଧିକାର ଦେଇଥିବା ଏବଂ ଜାତୀୟ ସୁରକ୍ଷା ପରିଷଦ (ଏନଏସସି)ର ଏକ ଜରୁରୀ ବୈଠକ ଡାକିଥିବା ସୂଚନା ମିଳିଛି। ସରିଫ ଆଜି ପାକିସ୍ତାନ ସଂସଦରେ ଏହି ଘଟଣା ସମ୍ପର୍କରେ ସମ୍ବୋଧନ କରିବେ ବୋଲି ଜଣାପଡ଼ିଛି।

ଭାରତର ଏହି ଆକ୍ରମଣରେ ପାକିସ୍ତାନର ବାହାଓାଲପୁର, ମୁରିଦକେ ଓ ମୁଜଫ୍ଫରାବାଦ ଅଞ୍ଚଳରେ ଥିବା ଜୈଶ-ଏ-ମହମ୍ମଦ ଓ ଲସ୍କର-ଏ-ତୈବା ଭଳି ଆତଙ୍କବାଦୀ ସଂଗଠନର ଅଡ୍ଡାଗୁଡ଼ିକୁ ଟାର୍ଗେଟ କରାଯାଇଥିଲା। ରିପୋର୍ଟ ଅନୁଯାୟୀ, ଏହି ଆକ୍ରମଣରେ ୮୦-୯୦ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି।

ଏହି ଘଟଣା ପରେ ପାକିସ୍ତାନ ସେନା ଜମ୍ମୁ ଓ କାଶ୍ମୀରର ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ଭାରୀ ଗୁଳିବର୍ଷା କରିଥିବା ଅଭିଯୋଗ ହୋଇଛି। ଏହା ଫଳରେ କୁପୱାଡ଼ା ଜିଲ୍ଲାର କର୍ଣ୍ଣାହ ଅଞ୍ଚଳରେ ୮ ଜଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ଓ ୨୫ ଜଣ ଆହତ ହୋଇଥିବା ରିପୋର୍ଟ ମିଳିଛି। ଭାରତ ଏହି ଅଭିଯାନ ସମ୍ପର୍କରେ ଆମେରିକା, ରୁଷିଆ, ବ୍ରିଟେନ ଓ ସାଉଦି ଆରବ ଭଳି ଦେଶମାନଙ୍କୁ ସୂଚନା ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଅଭିଯାନକୁ ନିକଟରୁ ନିରୀକ୍ଷଣ କରୁଥିବା ଜଣାପଡ଼ିଛି। ଏହି ଘଟଣା ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି। ବିଶ୍ୱ ନେତାମାନେ ଉଭୟ ଦେଶକୁ ଶାନ୍ତି ବଜାୟ ରଖିବାକୁ ଆହୱାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri