Posted inଖେଳ

ମୁମ୍ବାଇ ଷ୍ଟାଇଲରେ ଜିତିଲା ଆରସିବି

ମୁମ୍ବାଇ, ୧୪ା୪ – ଚେନ୍ନାଇ ପିଚ୍‌ରେ ୧୫୦ ରନ୍‌ର ପିଛା କରିବା ସହଜ ନୁହେଁ। ମଙ୍ଗଳବାର ଭଳି ବୁଧବାର ମଧ୍ୟ ସହଜ ଦେଖାଯାଉଥିବା ଟାର୍ଗେଟ ହାସଲ କରିପାରିଲା ନାହିଁ ଦ୍ୱିତୀୟ ବ୍ୟାଟିଂ କରୁଥିବା ଦଳ। ୧୩ ଓଭର ସୁଦ୍ଧା ଏକ ଉଇକେଟ ହରାଇ ୯୬ ରନ୍‌ କରିଥିବା ହାଇଦ୍ରାବାଦ୍‌ ଶେଷ ପର୍ଯ୍ୟନ୍ତ ଖେଳି ୧୪୨ ରନ୍‌ କରବାକୁ ସକ୍ଷମ ହୋଇଥିଲା। ଏହି ବିଜୟ ସହ ବିରାଟ କୋହଲିଙ୍କ ଦଳ ୪ ପଏଣ୍ଟ ସହ ଅଙ୍କ ତାଲିକାରେ ଶୀର୍ଷ ସ୍ଥାନ ଅଧିକାର କରିଛି।

୧୫୦ ରନ୍‌ର ଟାର୍ଗେଟ ନେଇ ଓହ୍ଲାଇଥିବା ସନରାଇଜର୍ସ ହାଇଦ୍ରାବାଦ ଦଳକୁ ଭଲ ଆରମ୍ଭ ଦେଇଥିଲେ ଡେଭିଡ୍‌ ଓ୍ବାର୍ନର (୫୪) ଓ ମନୀଷ ପାଣ୍ଡେ (୩୮)। ଦୁଇ ବ୍ୟାଟ୍ସମ୍ୟାନ ଯେତେବେଳ ପର୍ଯ୍ୟନ୍ତ କ୍ରିଜ୍‌ରେ ଥିଲେ, ଲାଗୁଥିଲା ହାଇଦ୍ରାବାଦ୍‌ ଅତି ସହଜରେ ଜିତିଯିବ। କିନ୍ତୁ ପୂରା ମ୍ୟାଚ୍‌ ବୁଲାଇ ଦେଇଥିଲା ଶାହବାଜ ଅହମ୍ମଦଙ୍କ ଓଭର। ଗୋଟିଏ ଓଭରରେ ୩ ଉଇକେଟ ନେଇ ହାଇଦ୍ରାବାଦ୍‌ ହାତରୁ ଛଡ଼ାଇ ଆଣିଥିଲା ମ୍ୟାଚ୍‌। ଏହାପରେ ଅନ୍ତିମ ଓଭରରେ ହର୍ଶଲ ପଟେଲ ନେଇଥିଲେ ଦୁଇଟି ଉଇକେଟ। ଆଉ ଜିତାଇ ଦେଇଥିଲେ ଆରସିବିକୁ।

ଗ୍ଲେନ ମ୍ୟାକ୍ସଓ୍ବେଲଙ୍କ ଅର୍ଦ୍ଧଶତକ ଆରସିବି ଛିଡ଼ା କରିଥିଲା ସମ୍ମାନଜନକ ଟାର୍ଗେଟ। ୪୧ ବଲର ସମ୍ମୁଖୀନ ହୋଇଥିବା ମ୍ୟାକ୍ସଓ୍ବେଲ ଖେଳିଥିଲେ ୫୯ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ। ତାଙ୍କ ପାଳିରେ ଥିଲା ୫ ଚୌକା ଓ ୩ ଛକା। କେବଳ ବିରାଟ କୋହଲି (୩୩)ଙ୍କୁ ଛାଡ଼ି ଦେଲେ ଫେଲ୍‌ ମାରିଥିଲେ ଅନ୍ୟ ସମସ୍ତ ବ୍ୟାଟ୍ସମ୍ୟାନ। ଫଳରେ ଆରସିବି ୨୦ ଓଭରରେ ୮ ଉଇକେଟ ହରାଇ ୧୪୯ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଜାସନ ହୋଲ୍ଡର ୩ ଓ ରଶିଦ ଖାଁ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri