ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କଲେ ଶେହଓ୍ବାଜ ଶରିଫ

ଇସଲାମାବାଦ୍‌,୧୦।୪: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ କ୍ଷମତାରୁ ହଟିବା ପରେ ପାକିସ୍ତାନରେ ରାଜନୀତି ସରଗରମ ହୋଇଛି। ବାନି ଗାଲାସ୍ଥିତ ଇମ୍ରାନ ଖାନଙ୍କ ବାସଭବନରେ କୋର କମିଟିର ଏକ ବୈଠକ ଡକାଯାଇଛି। ପାକିସ୍ତାନ ତେହେରିକ-ଇ-ଇନସାଫ ପାର୍ଟି (ପିଟିଆଇ) ଦ୍ୱାରା ପ୍ରଧାନମନ୍ତ୍ରୀ ପଦ ପାଇଁ ଶାହ ମେହମୁଦ କୁରେଶୀଙ୍କୁ ପ୍ରାର୍ଥୀ ଭାବେ ଚୟନ କରାଯାଇଛି। ଅନ୍ୟପକ୍ଷରେ ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌(ନଓ୍ବାଜ୍‌)ର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଶେହଓ୍ବାଜ ଶରିଫଙ୍କ ନାମାଙ୍କନପତ୍ର ମଧ୍ୟ ଜାତୀୟ ସଭାରେ ଦାଖଲ କରାଯାଇଛି। ତେବେ ଶେହଓ୍ବାଜ୍‌ ହିଁ ପ୍ରଧାନମନ୍ତ୍ରୀ ହେବା ନିଶ୍ଚିନ୍ତ ବୋଲି କୁହାଯାଉଛି। ପାକ ସଂସଦ ଆସନ୍ତା ସୋମବାର ଦିନ ୨ଟାରେ ବସିବ। ଏହି ଦିନ ନୂତନ ପ୍ରଧାନମନ୍ତ୍ରୀ ନାମ ଘୋଷଣା କରାଯିବ।
ସୂଚନାଯୋଗ୍ୟ, ଅନାସ୍ଥା ଭୋଟରେ ହାରିଯାଇଛନ୍ତି ଇମ୍ରାନ ଖାନ। ରାତି ୨ଟା ପର୍ଯ୍ୟନ୍ତ ଚାଲିଥିବା ଅନସ୍ଥା ଭୋଟରେ ୩୪୨ ସଦସ୍ୟଙ୍କ ମଧ୍ୟରୁ ମିଳିତ ବିରୋଧୀ ୧୭୪ ଭୋଟ ପାଇ ସଂଖ୍ୟା ଗରିଷ୍ଠତା ହାସଲ କରିଛନ୍ତି। ତେବେ ଭୋଟ ବେଳେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ସଂସଦରେ ଇପସ୍ଥିତ ନ ଥିଲେ। ଏହା ସହ ତେହେରିକେ ଇନସାଫର କୌଣସି ସଦସ୍ୟ ମଧ୍ୟ ଭୋଟିଂ ବେଳେ ଉପସ୍ଥିତ ନ ରହି ସଂସଦରୁ ଚାଲି ଆସିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri