ପାକିସ୍ତାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ଶେହଓ୍ବାଜ

ଇସ୍‌ଲାମାବାଦ୍‌,୧୧।୪: ପିଏମ୍‌ଏଲ୍‌-ଏନ୍‌ର ଅଧ୍ୟକ୍ଷ ୭୦ ବର୍ଷୀୟ ଶେହଓ୍ବାଜ ଶରିଫ ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ବିଳମ୍ବିତ ରାତିରେ ରାଷ୍ଟ୍ରପତି ଭବନରେ କାର୍ଯ୍ୟକାରୀ ରାଷ୍ଟ୍ରପତି ତଥା ସିନେଟର ଅଧ୍ୟକ୍ଷ ସାଦିକ ସଞ୍ଜରାନି ଶେହଓ୍ବାଜଙ୍କୁ ତାଙ୍କ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଅବସରରେ ପିପିପି ଅଧ୍ୟକ୍ଷ ବିଲାଓ୍ବଲ ଭୁଟ୍ଟୋ, ପିଡିଏମ୍‌ ମୁଖ୍ୟ ମୌଲାନା ଫଜଲୁର ଓ ପୂର୍ବତନ ପ୍ରଧାନମନ୍ତ୍ରୀ ୟୁଶୁଫ ରଜା ଗିଲାନୀ ଉପସ୍ଥିତ ଥିଲେ। ସୂଚନା ମୁତାବକ ଦେଶର ରାଷ୍ଟ୍ରପତି ଆରିଫ ଅଲଓ୍ବି ଶେହଓ୍ବାଜଙ୍କୁ ଶପଥ ଗ୍ରହଣ କରାଇବାରଥିଲା। କିନ୍ତୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଆରିଫ ଅଲଓ୍ବି ଛୁଟିରେ ପଳେଇଯାଇଥିଲେ। ତେଣୁ ପାକିସ୍ତାନ ସିନେଟ୍‌ ଅଧ୍ୟକ୍ଷ ସାଦିକ୍‌ ସଞ୍ଜରାନୀ କାର୍ଯ୍ୟକାରୀ ଶେହଓ୍ବାଜ୍‌ଙ୍କୁ ଶପଥ ପାଠ କରାଇଥିଲେ। ସୂଚନାଯୋଗ୍ୟ, ରେହମାନ ଶେହଓ୍ବାଜ୍‌ ଶରିଫ୍‌ ସୋମବାର ବିନା ପ୍ରତିଦ୍ୱନ୍ଦ୍ୱିତାରେ ୧୭୪ ଭୋଟରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଛନ୍ତି। ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ୍‌ ଖାନ୍‌ ଅନାସ୍ଥା ଭୋଟରେ ହାରି ଶାସନରୁ ବିଦା ହେବା ପରେ ବିରୋଧୀ ମେଣ୍ଟ ଶେହଓ୍ବାଜ୍‌ଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ପାଇଁ ମନୋନୀତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri