ପାକିସ୍ତାନ ସଂସଦରେ ମୋଦିଙ୍କୁ ପ୍ରଶଂସା କଲେ ଶେହବାଜଙ୍କ ଏମପି, କହିଲେ ପାକ୍‌ ପ୍ରଧାନମନ୍ତ୍ରୀ ଶୃଗାଳ, ଦେଶରେ ଚହଳ

ଇସଲାମବାଦ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ସଂସଦରେ ଜଣେ ଏମପି ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ସାରା ବିଶ୍ୱରେ ଚହଳ ପକାଇଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କୁ ‘କାପୁରୁଷ’ ଓ ‘ଶୃଗାଳ’ ବୋଲି ଆଖ୍ୟା ଦେଇ ଜଣେ ଏମପି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ପ୍ରଶଂସା କରିଛନ୍ତି। ଏହି ଘଟଣା ପାକିସ୍ତାନର ରାଜନୀତି ଓ ସାମରିକ ମହଲରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି।

ପାକିସ୍ତାନ ସଂସଦରେ ଏମପି ଜଣକ କହିଛନ୍ତି, ଶେହବାଜ ସରିଫ ନରେନ୍ଦ୍ର ମୋଦିଙ୍କ ନାମ ନେବାକୁ ଭୟ କରୁଛନ୍ତି। ଆମର ସୈନ୍ୟବାହିନୀ ଏକ ସିଂହ ଦ୍ୱାରା ନୁହେଁ, ଶୃଗାଳ ଦ୍ୱାରା ଚାଲୁଛିି। ଆମର ସୈନ୍ୟମାନେ ମନୋବଳ ହରାଇଛନ୍ତି। ଭାରତର ‘ଅପରେଶନ ସିନ୍ଦୂର’ ଅଧୀନରେ ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କଶ୍ମୀରରେ ଆତଙ୍କବାଦୀ ଶିବିର ଉପରେ କରାଯାଇଥିବା ଆକ୍ରମଣକୁ ମଜବୁତ ନେତୃତ୍ୱର ଉଦାହରଣ ଭାବେ ଉଲ୍ଲେଖ କରିଛନ୍ତି। ସେ ମୋଦିଙ୍କ ନିଷ୍ପତ୍ତି ଓ ଭାରତୀୟ ସୈନ୍ୟବାହିନୀର କାର୍ଯ୍ୟଦକ୍ଷତାର ପ୍ରଶଂସା କରି କହିଛନ୍ତି ଯେ ପାକିସ୍ତାନର ନେତୃତ୍ୱ ଏହାର ତୁଳନାରେ ଦୁର୍ବଳ ଓ ନିଷ୍କ୍ରିୟ।

ଏହି ବୟାନ ଏପରି ସମୟରେ ଆସିଛି ଯେତେବେଳେ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମରେ ରହିଛି। ଭାରତ ଏହାର ପ୍ରତିଶୋଧ ଭାବେ ‘ଅପରେଶନ ସନ୍ଦୂର’ ଜରିଆରେ ପାକିସ୍ତାନରେ ଥିବା ଆତଙ୍କବାଦୀ ଶିବିର ଉପରେ ମିସାଇଲ ଆକ୍ରମଣ କରିଛି, ଯାହାକୁ ଶେହବାଜ ଶରିଫ ‘ଯୁଦ୍ଧର କାର୍ଯ୍ୟ’ ବୋଲି ଅଭିହିତ କରି ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଜଣେ ପାକିସ୍ତାନୀ ଏମପିଙ୍କ ମୋଦୀଙ୍କ ପ୍ରଶଂସା ଓ ନିଜ ପ୍ରଧାନମନ୍ତ୍ରୀଙ୍କୁ ‘ବୁଜଦିଲ’ (କାପୁରୁଷ) ବୋଲି କହିବା ପାକିସ୍ତାନରେ ରାଜନୈତିକ ଓ ସାମାଜିକ ମହଲରେ ବ୍ୟାପକ ଆଲୋଚନାର ବିଷୟ ହୋଇଛି।

ଏହି ଏମପିଙ୍କ ଏପରିି ବୟାନ ପାକିସ୍ତାନର ଅଭ୍ୟନ୍ତରୀଣ ରାଜନୈତିକ ଓ ସାମରିକ ସଙ୍କଟକୁ ଆହୁରି ଉଜାଗର କରିଛି। ସେ ଦାବି କରିଛନ୍ତି ଯେ ପାକିସ୍ତାନ ସୈନ୍ୟବାହିନୀର ମନୋବଳ ଭାଙ୍ଗିଛି ଏବଂ ନେତୃତ୍ୱର ଅଭାବ ଯୋଗୁଁ ଦେଶ ଭାରତର ଆକ୍ରମଣାତ୍ମକ ନୀତି ସାମନାରେ ଦୁର୍ବଳ ହୋଇପଡ଼ିଛି। ଏହା ସହିତ, ଏମପିଜଣକ ମୋଦୀଙ୍କ ନେତୃତ୍ୱକୁ ‘ଦୃଢ଼ ଓ ନିଷ୍ପତ୍ତିମୂଳକ’ ବୋଲି ବର୍ଣ୍ଣନା କରି ପାକିସ୍ତାନ ସରକାରଙ୍କ ନିଷ୍କ୍ରିୟତା ଉପରେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri