ନଭେମ୍ବରରେ ଶାହବାଜଙ୍କ ଚାଇନା ଗସ୍ତ,ଋଣ ପରିଶୋଧ କୋହଳ ପାଇଁ ଅନୁରୋଧ କରିବ ପାକିସ୍ତାନ…

ଇସଲାମାବାଦ,୨୦।୧୦ : ନଭେମ୍ବରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ଚାଇନା ଗସ୍ତ କରିବେ। ପାକିସ୍ତାନ ସରକାରର ମନ୍ତ୍ରୀ ଅହସାନ ଇକବାଲ ଇସଲାମାବାଦରେ ଗଣମାଧ୍ୟମକୁ ସୂଚନା ଦେଇ ଏହି ଗସ୍ତ ସମ୍ପର୍କରେ ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ଯେ ଆସନ୍ତା ମାସ ନଭେମ୍ବରରେ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡୋର (ସିପିଇସି) ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ଶାହାବାଜଙ୍କ ଗସ୍ତରେ ଯୋଗୁ ଏକ ନୂତନ ବିକଶିତ ଦିଗ ମିଳିବ ବୋଲି ଆଶା କରାଯାଉଛି।

ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ଶାହବାଜ ପାକିସ୍ତାନ ଚାଇନାଠାରୁ ନେଇଥିବା ଋଣ ପରିଶୋଧ କୋହଳ କରିବାକୁ ଅନୁରୋଧ କରିବେ।

ଅର୍ଥମନ୍ତ୍ରୀ ଇଶାକ ଡାର କହିଛନ୍ତି ଯେ ଋଣ ପରିଶୋଧ କରିବା ଏବଂ ବର୍ତ୍ତମାନର ଆକାଉଣ୍ଟ ଅଭାବକୁ ପୂରଣ କରିବା ପାଇଁ ପାକିସ୍ତାନକୁ ଚଳିତ ବର୍ଷ ପ୍ରାୟ ୩୪ ବିଲିୟନ ଡଲାର ଆବଶ୍ୟକ।

ତେବେ ମନ୍ତ୍ରୀ ଇକବାଲ କହିଛନ୍ତି ଯେ ଇମ୍ରାନ ଖାନଙ୍କ ନେତୃତ୍ୱରେ ପୂର୍ବ ସରକାର ସମୟରେ ସିପିଇସି ପ୍ରକଳ୍ପରେ କୌଣସି ଅଗ୍ରଗତି ହୋଇନଥିଲା। ପ୍ରଧାନମନ୍ତ୍ରୀ ଶାହବାଜ ସେହି ଯୋଜନାଗୁଡିକ ଉପରେ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଚେଷ୍ଟା କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri