ଶାହବାଜଙ୍କ ତୁର୍କୀ ଗସ୍ତ ବାତିଲ, ମନାକଲେ ତୁର୍କୀ ସରକାର…

ଇସଲାମାବାଦ,୮।୨ : ଭୟଙ୍କର ଭୂକମ୍ପ ଯୋଗୁଁ ଘଟିଥିବା ବିନାଶର ମୁକାବିଲା କରୁଥିବାରୁ ତୁର୍କୀ ସରକାର ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କ ତୁର୍କୀ ଗସ୍ତକୁ ବାତିଲ କରିଦେଇଛନ୍ତି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ବୁଧବାର ତୁର୍କୀ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ତୁର୍କୀ ସରକାର ଭୂକମ୍ପ ଉଦ୍ଧାର କାର୍ଯ୍ୟରେ ବ୍ୟସ୍ତ ଥିବା ଦର୍ଶାଇ ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ବାତିଲ କରିଛନ୍ତି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ମଧ୍ୟ ଏହା ନିଶ୍ଚିତ କରିଛନ୍ତି।

ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏବଂ ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ ତୁର୍କୀ ସହ ସହାନୁଭୂତି ଦେଖାଇବାକୁ ଯାଉଥିଲେ। ପାକିସ୍ତାନର ସୂଚନା ମନ୍ତ୍ରୀ ମରିୟମ ଔରଙ୍ଗଜେବ କହିଥିଲେ ଯେ ପ୍ରଧାନମନ୍ତ୍ରୀ ବୁଧବାର ତୁର୍କୀ ଗସ୍ତ କରିବେ। ଏହି କାରଣରୁ ଗୁରୁବାର ପାକିସ୍ତାନରେ ଆୟୋଜିତ ହେବାକୁ ଥିବା ସମସ୍ତ ଦଳର ସର୍ବଦଳୀୟ ବୈଠକ ମଧ୍ୟ ବାତିଲ କରାଯାଇଥିଲା। ସମସ୍ତ ପକ୍ଷଙ୍କ ସହ ଆଲୋଚନା ପରେ ବୈ ଠକର ନୂତନ ତାରିଖ ଘୋଷଣା କରାଯିବ ବୋଲି କୁହାଯାଇଥିଲା।

ତେବେ, ଯେଉଁ ସମୟରେ ପାକିସ୍ତାନ ଏକ ଗୁରୁତର ଅଥନୈତିକ ସଙ୍କଟ ଦେଇ ଗତି କରୁଛି, ସେତେବେଳେ ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଗସ୍ତକୁ ନେଇ ସମାଲୋଚନା କରାଯାଇଥିଲା। ପାକିସ୍ତାନ ସେନାର ମିଡିଆ ୱିଙ୍ଗ କହିଥିଲା ଯେ ପାକିସ୍ତାନ ସରକାର ତୁର୍କୀକୁ ଚିକିତ୍ସା ସାମଗ୍ରୀ, ମେଡିକାଲ ସ୍କ୍ବାଡ, ସର୍ଚ୍ଚ ଏବଂ ଉଦ୍ଧାରକାରୀ ଦଳ ପଠାଇଛନ୍ତି। ଏହା ବ୍ୟତୀତ ତୁର୍କୀକୁ ଏକ ଯାତ୍ରୀବାହୀ ବିମାନ ମଧ୍ୟ ପଠାଯାଇଛି ଯାହାଫଳରେ ଭୂକମ୍ପରେ ପୀଡିତଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?