Posted inଖେଳ

୨ ମ୍ୟାଚ୍‌ ହାରି ବି ଚେତା ପଶିନି: ଭାରତକୁ ଫାଇନାଲରେ ଦେଖିଦେବୁ ବୋଲି ଧମକ ଦେଲେ ପାକିସ୍ତାନ…

ଆବୁଧାବି,୨୪ା୯: ନିକଟ ଅତୀତରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତର ପ୍ରଭାବୀ ପ୍ରଦର୍ଶନ ଯୋଗୁ ଭାରତ-ପାକ୍‌ ମ୍ୟାଚ୍‌କୁ ପୂର୍ବଭଳି ତୀବ୍ର ପ୍ରତିଦ୍ୱନ୍ଦ୍ୱିତା କୁହାଯିବା ଉଚିତ ନୁହେଁ ବୋଲି ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ମତ ଦେଇଥିଲେ। ଏ ସମ୍ପର୍କରେ ବାଂଲାଦେଶ ବିପକ୍ଷ ସୁପର-୪ ମ୍ୟାଚ୍‌ ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ପାକିସ୍ତାନ ଦଳର ମୁଖ୍ୟ ପେସର ଶାହିନ ଶାହ ଆଫ୍ରିଦୀ ପ୍ରତିକ୍ରିୟା ରଖିଛନ୍ତି।

ତାଙ୍କର ମତାମତ ଥିଲା। ତାଙ୍କୁ କହିବାକୁ ଦିଅ। ଆମେ ଯେତେବେଳେ ଫାଇନାଲରେ ପରସ୍ପରକୁ ଭେଟିବୁ, ସେତେବେଳ ଦେଖିନେବୁ। ଏପର୍ଯ୍ୟନ୍ତ ସେମାନେ ଫାଇନାଲରେ ପହଞ୍ଚତ୍ନାହାନ୍ତି କି ଆମେ ମଧ୍ୟ ପହଞ୍ଚତ୍ନାହୁଁ। ଯେବେ ଆସିବେ ଦେଖି ନେବୁ। ଆମର କାମ ହେଲା ଏସିଆ କପ୍‌ ଜିତିବା ଏବଂ ପାକିସ୍ତାନର ଆଶା ପୂରଣ କରିବା ପାଇଁ ଆମେ ଶ୍ରେଷ୍ଠ ଉଦ୍ୟମ କରିବୁ’ ବୋଲି ଆଫ୍ରିଦୀ କହିଛନ୍ତି। ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପରସ୍ପରକୁ ଦୁଇଥର ଭେଟିଛନ୍ତି ଏବଂ ଉଭୟ ଥର ଭାରତ ସହଜରେ ବିଜୟଲାଭ କରିଛି।

ସୁପର-୪ ପର୍ଯ୍ୟାୟରେ ପାକିସ୍ତାନକୁ ୬ ଉଇକେଟରେ ପରାଜିତ କରିବା ପରେ ସୂର୍ଯ୍ୟ କହିଥିଲେ, ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌କୁ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା କୁହାଯିବା ଉଚିତ ନୁହେଁ। କାରଣ ଉଭୟ ଦେଶ ମଧ୍ୟରେ ଏପର୍ଯ୍ୟନ୍ତ ଖେଳାଯାଇଥିବା ୧୫ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତ ୧୨-୩ରେ ଆଗରେ ରହିଛି। ଉଲ୍ଲେଖଯୋଗ୍ୟ, ୧୯୮୪ରେ ଏସିଆ କପ୍‌ ଟୁର୍ନାମେଣ୍ଟ ଆରମ୍ଭ ହେବା ପରଠାରୁ ଉଭୟ ଦିନିକିଆ ଓ ଟି୨୦ ଫର୍ମାଟ୍‌ରେ ଭାରତ ଓ ପାକିସ୍ତାନ ମଧ୍ୟରେ ୨୦ଟି ମ୍ୟାଚ୍‌ ଖେଳାଯାଇଛି। କିନ୍ତୁ ଉଭୟ ଦଳ କଦାପି ଫାଇନାଲରେ ପରସ୍ପରକୁ ଭେଟିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri