Posted inଖେଳ

୨ ମ୍ୟାଚ୍‌ ହାରି ବି ଚେତା ପଶିନି: ଭାରତକୁ ଫାଇନାଲରେ ଦେଖିଦେବୁ ବୋଲି ଧମକ ଦେଲେ ପାକିସ୍ତାନ…

ଆବୁଧାବି,୨୪ା୯: ନିକଟ ଅତୀତରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତର ପ୍ରଭାବୀ ପ୍ରଦର୍ଶନ ଯୋଗୁ ଭାରତ-ପାକ୍‌ ମ୍ୟାଚ୍‌କୁ ପୂର୍ବଭଳି ତୀବ୍ର ପ୍ରତିଦ୍ୱନ୍ଦ୍ୱିତା କୁହାଯିବା ଉଚିତ ନୁହେଁ ବୋଲି ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ମତ ଦେଇଥିଲେ। ଏ ସମ୍ପର୍କରେ ବାଂଲାଦେଶ ବିପକ୍ଷ ସୁପର-୪ ମ୍ୟାଚ୍‌ ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ପାକିସ୍ତାନ ଦଳର ମୁଖ୍ୟ ପେସର ଶାହିନ ଶାହ ଆଫ୍ରିଦୀ ପ୍ରତିକ୍ରିୟା ରଖିଛନ୍ତି।

ତାଙ୍କର ମତାମତ ଥିଲା। ତାଙ୍କୁ କହିବାକୁ ଦିଅ। ଆମେ ଯେତେବେଳେ ଫାଇନାଲରେ ପରସ୍ପରକୁ ଭେଟିବୁ, ସେତେବେଳ ଦେଖିନେବୁ। ଏପର୍ଯ୍ୟନ୍ତ ସେମାନେ ଫାଇନାଲରେ ପହଞ୍ଚତ୍ନାହାନ୍ତି କି ଆମେ ମଧ୍ୟ ପହଞ୍ଚତ୍ନାହୁଁ। ଯେବେ ଆସିବେ ଦେଖି ନେବୁ। ଆମର କାମ ହେଲା ଏସିଆ କପ୍‌ ଜିତିବା ଏବଂ ପାକିସ୍ତାନର ଆଶା ପୂରଣ କରିବା ପାଇଁ ଆମେ ଶ୍ରେଷ୍ଠ ଉଦ୍ୟମ କରିବୁ’ ବୋଲି ଆଫ୍ରିଦୀ କହିଛନ୍ତି। ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପରସ୍ପରକୁ ଦୁଇଥର ଭେଟିଛନ୍ତି ଏବଂ ଉଭୟ ଥର ଭାରତ ସହଜରେ ବିଜୟଲାଭ କରିଛି।

ସୁପର-୪ ପର୍ଯ୍ୟାୟରେ ପାକିସ୍ତାନକୁ ୬ ଉଇକେଟରେ ପରାଜିତ କରିବା ପରେ ସୂର୍ଯ୍ୟ କହିଥିଲେ, ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌କୁ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା କୁହାଯିବା ଉଚିତ ନୁହେଁ। କାରଣ ଉଭୟ ଦେଶ ମଧ୍ୟରେ ଏପର୍ଯ୍ୟନ୍ତ ଖେଳାଯାଇଥିବା ୧୫ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତ ୧୨-୩ରେ ଆଗରେ ରହିଛି। ଉଲ୍ଲେଖଯୋଗ୍ୟ, ୧୯୮୪ରେ ଏସିଆ କପ୍‌ ଟୁର୍ନାମେଣ୍ଟ ଆରମ୍ଭ ହେବା ପରଠାରୁ ଉଭୟ ଦିନିକିଆ ଓ ଟି୨୦ ଫର୍ମାଟ୍‌ରେ ଭାରତ ଓ ପାକିସ୍ତାନ ମଧ୍ୟରେ ୨୦ଟି ମ୍ୟାଚ୍‌ ଖେଳାଯାଇଛି। କିନ୍ତୁ ଉଭୟ ଦଳ କଦାପି ଫାଇନାଲରେ ପରସ୍ପରକୁ ଭେଟିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri