Posted inଖେଳ

ମ୍ୟାଚ୍‌ ହାରିବା ପରେ ଭୋ-ଭୋ ହୋଇ କାନ୍ଦିଲେ ଆଫ୍ରିଦି; ଅଟକାଇ ପାରିଲେନି କୋଚ୍‌… 

ନୂଆଦିଲ୍ଲୀ,୨୮।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଜବରଦସ୍ତ ପ୍ରଦର୍ଶନ ସତ୍ତ୍ୱେ ପାକିସ୍ତାନ ପରାଜୟର ସ୍ବାଦ ଚାଖିଛି। ଏହାକୁ ନେଇ ଦଳ ବେଶ ନିରାଶ ହୋଇଥିବା ବେଳେ ଦ୍ରୁତ ବୋଲର ଶାହିନ ଶାହ ଆଫ୍ରିଦି ଲୁହକୁ ରୋକି ପାରି ନ ଥିଲେ। ଡଗ୍‌ଆଉଟ୍‌ରେ ବସିଥିବା ବେଳେ ସେ ଭୋ-ଭୋ ହୋଇ କାନ୍ଦୁଥିବାର ଭିଡିଓ ଭାଇରାଲ ହେଉଛି। ତାଙ୍କୁ କୋଚ୍‌ ବୁଝାଉଥିଲେ ହେଁ ତାର ପ୍ରଭାବ ପଡ଼ୁନାହିଁ। ଭିଡିଓଟି ଦକ୍ଷିଣ ଆଫ୍ରିକା ସହ ମ୍ୟାଚ୍‌ ପରର ବୋଲି କୁହାଯାଉଛି।
Shaheen Afridi cries on field as Pakistan stands on verge of World Cup 2023 elimination; Video Viral
ପ୍ରକାଶ ଯେ, ପାକିସ୍ତାନ ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଦଳ ୪୬.୪ ଓଭରରେ ୨୭୦ରେ ଅଲଆଉଟ୍‌ ହୋଇଥିଲା। ଜବାବରେ ମଇଦାନକୁ ଓହ୍ଲାଇଥିବା ଦକ୍ଷିଣ ଆଫ୍ରିକା ଟିମ୍‌ ୧୩୬ ରନ୍‌ରେ ୪ ଉଇକେଟ ହରାଇଥିଲେ। ଏହାପରେ ଡେଭିଡ୍‌ ମିଲର ଏବଂ ମାକ୍ରମ ଦଳର ସ୍କୋର ୨୦୦ ପାର କରାଇଥିଲେ। ଉଭୟ ଆଉଟ ହେବା ପରେ ଦଳ ହାରିଯିବା ଭଳି ମନେ ହୋଇଥିଲା। ହେଲେ ସେ୪୮ ଓଭର ଦ୍ୱିତୀୟ ବଲରେ ୧ ଉଇକେଟରେ ବିଜେତା ହୋଇଥିଲା। ଜିତିବା ମ୍ୟାଚ୍‌ ହାତରୁ ଚାଲିଯାଇଥିବାରୁ ଏହି ପରାଜୟକୁ ସହଜରେ ଗ୍ରହଣ କରିପାରିନାହାନ୍ତି ପାକିସ୍ତାନ ଖେଳାଳି।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri