Posted inଖେଳ

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସେ କେବଳ ବାବର ଆଜମ ନୁହେଁ ନିଜ ଜ୍ୱାଇଁ ଶାହିନ ଆଫ୍ରିଦ୍‌ଙ୍କୁ ମଧ୍ୟ ଗାଳି ଦେଇଥିଲେ। ବରିଷ୍ଠ ଖେଳାଳିମାନଙ୍କ ସ୍ଥାନରେ ନୂତନ ଖେଳାଳିମାନଙ୍କୁ ସୁଯୋଗ ଦିଆଯିବା ଉଚିତ ବୋଲି ସେ କହିଛନ୍ତି।
ଆଫ୍ରିଦି କହିଛନ୍ତି, ଯଦି ନିଷ୍ପତ୍ତି ତାଙ୍କ ହାତରେ ଥାଆନ୍ତା, ତେବେ ସେ ବାବର ଆଜମ, ଶାହିନ ଆଫ୍ରିଦି ଏବଂ ଶାଦାବ ଖାନଙ୍କ ଭଳି ଖେଳାଳିଙ୍କୁ ଆଗାମୀ ମ୍ୟାଚରୁ ବାହାରେ ରଖିଥାଆନ୍ତେ। ଯୁବ ଖେଳାଳିମାନଙ୍କୁ ସୁଯୋଗ ଦେବା ଗୁରୁତ୍ୱପୂର୍ଣ୍ଣ।

ପାକିସ୍ତାନ ଅଧିନାୟକ ବାବର ଆଜମ ପୁଣି ଥରେ କଲମ୍ବୋରେ ଭାରତ ବିପକ୍ଷରେ ଏକ ବଡ଼ ଇନିଂସ ସ୍କୋର କରିବାରେ ବିଫଳ ହୋଇଥିଲେ। ଟାର୍ଗେଟର ପିଛା କରି ସେ ମାତ୍ର ୫ ରନ କରି ଆଉଟ ହୋଇଥିଲେ। ଦ୍ରୁତ ବୋଲର ଶାହିନ ଆଫ୍ରିଦି ମଧ୍ୟ ତାଙ୍କ ବୋଲିଂରେ ପ୍ରଭାବ ପକାଇପାରି ନ ଥିଲେ, ମାତ୍ର ଦୁଇ ଓଭରରେ ୩୧ ରନ ଦେଇଥିଲେ। ଅଲରାଉଣ୍ଡର ଶାଦାବ ଖାନଙ୍କ ପ୍ରଦର୍ଶନ ମଧ୍ୟ ଖରାପ ଥିଲା। ସେ ଗୋଟିଏ ଓଭରରେ ୧୭ ରନ ଦେଇଥିଲେ

ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଭାରତୀୟ ଦଳକୁ ପାକିସ୍ତାନ ଉପରେ ୬୧ ରନର ଏକ ଚମତ୍କାର ବିଜୟ କରାଇଥିଲେ। ଏହି ବିଜୟ ସହିତ, ଭାରତ ଟି୨୦ ବିଶ୍ୱକପରେ ପାକିସ୍ତାନ ଉପରେ ନିଜର ପ୍ରାଧାନ୍ୟ ବଜାୟ ରଖି ସୁପର-୮ରେ ନିଜର ସ୍ଥାନ ସୁରକ୍ଷିତ କରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?