Posted inଖେଳ

ସଚିନଙ୍କ ବ୍ୟାଟ୍‌ରେ ଖେଳି ଏହି ପାକିସ୍ତାନ କ୍ରିକେଟରଙ୍କ ଜୀବନ ବଦଳି ଯାଇଥିଲା

ପାକିସ୍ତାନର ପୂର୍ବତନ ଖେଳାଳି ସହିଦ ଆଫ୍ରିଦି ୩୭ ବଲରେ ଶତକ ହାସଲ କରିଛନ୍ତି। ଏହା ସେତେବେଳେ ଦ୍ରୁତତମ ଏକଦିବସୀୟ ଶତକ ଥିଲା। ଏହି ରେକର୍ଡ ପ୍ରାୟ ୧୮ ବର୍ଷ ଧରି ଆଫ୍ରିଦିଙ୍କ ନାମରେ ଥିଲା। ଏବେ ଏବି ଡି ଭିଲିୟର୍ସ ଏକଦିବସୀୟ କ୍ରିକେଟରେ ଦ୍ରୁତତମ ଶତକ ହାସଲ କରିବାର ରେକର୍ଡ ରଖିଛନ୍ତି। ସେ ୨୦୧୫ରେ ୩୧ଟି ବଲରେ ଏକ ଶତକ ହାସଲ କରିଥିଲେ।

ଆଫ୍ରିଦି ଶ୍ରୀଲଙ୍କା ବିପକ୍ଷରେ ୪୦ ବଲରେ ୧୦୪ ରନ ଭାଙ୍ଗିଥିଲେ। କିନ୍ତୁ ଖୁବ କମ ଲୋକ ଜାଣିଥିବେ ସେ ଏହି ଇନିଂସ ଭାରତର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ବ୍ୟାଟ୍‌ରେ ଖେଳିଥିଲେ। ସଚିନ ୱାକର ୟୁନିସଙ୍କ ତାଙ୍କ ବ୍ୟାଟ ଉପହାର ଦେଇଥିଲେ। ସହିଦ ଆଫ୍ରିଦିଙ୍କ ସହ ଖେଳିଥିବା ଅଜହର ମେହମୁଦ ଏହି ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ, ଏହି ଇନିଂସ ପରେ ଆଫ୍ରିଦି ସମ୍ପୂର୍ଣ୍ଣ ବ୍ୟାଟ୍ସମ୍ୟାନ ହୋଇଥିଲେ। ଏହାପୂର୍ବରୁ ସେ ବୋଲର ଭାବେ ଖ୍ୟାତି ଅର୍ଜନ କରିଥିଲେ। ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ ଆଫ୍ରିଦ ତିନି ନମ୍ବରରେ ପଠାଯାଇଥିଲା ଏବଂ ସେ ୩୭ ଟି ବଲରେ ୧୧ଟି ଛକା, ୬ଟି ଚୌକା ସହ ଶତକ ହାସଲ କରିଥିଲେ। ତେନ୍ଦୁଲକରଙ୍କ ଉପହାରରେ ବ୍ୟାଟ ସହ ଆଫ୍ରିଦିଙ୍କ ପାଇଁ ଏହା ଏକ ସ୍ବତନ୍ତ୍ର ଇନିଂସ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri