ମିଛ ପ୍ରଚାର କରୁଛନ୍ତି ଶାହିଦ ଆଫ୍ରିଦି: ପାକିସ୍ତାନ ଯୁଦ୍ଧ ବିଜୟ ରାଲିରେ ଯୋଗ ଦେଇ କହିଲେ…

କରାଚୀ,୧୩।୫: କରାଚୀରେ ଅନୁଷ୍ଠିତ ‘ବିଜୟ ରାଲି’ରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଶାହିଦ ଆଫ୍ରିଦି ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କର ଉପସ୍ଥିତିର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଆଉ ଏକ ମିଥ୍ୟା ଦାବି କରିଛନ୍ତି। ସେ କହିଥିଲେ, ପାକିସ୍ତାନ ଭାରତ ବିରୋଧରେ ଯୁଦ୍ଧରେ ବିଜୟୀ ହୋଇଛି। ପାକିସ୍ତାନ ଯୁଦ୍ଧବିରତି ଅନୁରୋଧ କରିନାହିଁ।

ଶାହିଦ ଆଫ୍ରିଦି ପୂର୍ବରୁ ଭାରତ ସରକାର ଏବଂ ସଶସ୍ତ୍ର ବାହିନୀ ବିରୋଧରେ ତାଙ୍କର ବିବାଦୀୟ ମନ୍ତବ୍ୟ ପାଇଁ ଶିରୋନାମାରେ ରହିସାରିଛନ୍ତି। ବିଶେଷକରି ପହଲଗାମ ଆତଙ୍କବାଦୀ ଆକ୍ରମଣ ସମୟରେ, ସେ ଭାରତୀୟ ସେନା ଉପରେ ଏକ ବିବାଦୀୟ ବୟାନ ଦେଇଥିଲେ। ସେ ପହଲଗାମ ଆତଙ୍କବାଦୀ ଆକ୍ରମଣ ପାଇଁ ଭାରତୀୟ ସେନାକୁ ଦାୟୀ କରିଥିଲେ। ଏହି ଆକ୍ରମଣରେ ୨୬ ଜଣ ନିରୀହ ଲୋକଙ୍କ ମୃତ୍ୟୁ ହୋଇଥିଲା।

ଏହା ପରେ, ଭାରତୀୟ ସେନା ଅପରେଶନ ସିନ୍ଦୂର ମାଧ୍ୟମରେ ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡା ଉପରେ ଏକ ବଡ଼ ବିମାନ ଆକ୍ରମଣ କରିଥିଲା। ଗୋଟିଏ ପରେ ଗୋଟିଏ ୯ଟି ବିମାନ ଆକ୍ରମଣରେ ଆତଙ୍କବାଦୀମାନେ ନିହତ ହୋଇଥିଲେ।

ଅପରେସନ ସିନ୍ଦୂର ମାଧ୍ୟମରେ ଭାରତୀୟ ସେନା ପାକିସ୍ତାନକୁ ଏକ ଶିକ୍ଷା ଦେଇଥିଲା କିନ୍ତୁ ପାକିସ୍ତାନ ତଥାପି ତାର ପରାଜୟକୁ ହଜମ କରିପାରି ନ ଥିଲା। ଶାହିଦ ଆଫ୍ରିଦି ଭାରତ ବିରୋଧରେ ଗୋଟିଏ ପରେ ଗୋଟିଏ ବିଷ ଓଗାଳିବା ଆରମ୍ଭ କଲେ। ପାକିସ୍ତାନ ସେନାର ପ୍ରଶଂସା କରି ସେ କହିଛନ୍ତି,ଏହା ଭାରତୀୟ ଆକ୍ରମଣର ଏକ ନିର୍ଣ୍ଣାୟକ ଜବାବ ଥିଲା। ନୂଆଦିଲ୍ଲୀ ଇସଲାମାବାଦକୁ କମ ଆକଳନ କରିଛି।

କରାଚୀର ସି ଭ୍ୟୁରେ ଆୟୋଜିତ “ୟୁମ-ଏ-ତାଶାକୁର” (କୃତଜ୍ଞତା ଦିବସ) ରାଲିରେ ଭାଷଣ ଦେଇ ଆଫ୍ରିଦି କହିଛନ୍ତି, ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଯୁଦ୍ଧ ପ୍ରତି ଆଗ୍ରହ’ ଭାରତକୁ ଏକ ସମସ୍ୟାରେ ପକାଇ ଦେଇଛି। ପ୍ରଧାନମନ୍ତ୍ରୀ ମୋଦି ଏବେ ଅନୁଭବ କରିଛନ୍ତି ଯେ ପାକିସ୍ତାନର ମୁକାବିଲା କରିବା କେତେ ମହଙ୍ଗା ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri