ମିଛ ପ୍ରଚାର କରୁଛନ୍ତି ଶାହିଦ ଆଫ୍ରିଦି: ପାକିସ୍ତାନ ଯୁଦ୍ଧ ବିଜୟ ରାଲିରେ ଯୋଗ ଦେଇ କହିଲେ…

କରାଚୀ,୧୩।୫: କରାଚୀରେ ଅନୁଷ୍ଠିତ ‘ବିଜୟ ରାଲି’ରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଶାହିଦ ଆଫ୍ରିଦି ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କର ଉପସ୍ଥିତିର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଆଉ ଏକ ମିଥ୍ୟା ଦାବି କରିଛନ୍ତି। ସେ କହିଥିଲେ, ପାକିସ୍ତାନ ଭାରତ ବିରୋଧରେ ଯୁଦ୍ଧରେ ବିଜୟୀ ହୋଇଛି। ପାକିସ୍ତାନ ଯୁଦ୍ଧବିରତି ଅନୁରୋଧ କରିନାହିଁ।

ଶାହିଦ ଆଫ୍ରିଦି ପୂର୍ବରୁ ଭାରତ ସରକାର ଏବଂ ସଶସ୍ତ୍ର ବାହିନୀ ବିରୋଧରେ ତାଙ୍କର ବିବାଦୀୟ ମନ୍ତବ୍ୟ ପାଇଁ ଶିରୋନାମାରେ ରହିସାରିଛନ୍ତି। ବିଶେଷକରି ପହଲଗାମ ଆତଙ୍କବାଦୀ ଆକ୍ରମଣ ସମୟରେ, ସେ ଭାରତୀୟ ସେନା ଉପରେ ଏକ ବିବାଦୀୟ ବୟାନ ଦେଇଥିଲେ। ସେ ପହଲଗାମ ଆତଙ୍କବାଦୀ ଆକ୍ରମଣ ପାଇଁ ଭାରତୀୟ ସେନାକୁ ଦାୟୀ କରିଥିଲେ। ଏହି ଆକ୍ରମଣରେ ୨୬ ଜଣ ନିରୀହ ଲୋକଙ୍କ ମୃତ୍ୟୁ ହୋଇଥିଲା।

ଏହା ପରେ, ଭାରତୀୟ ସେନା ଅପରେଶନ ସିନ୍ଦୂର ମାଧ୍ୟମରେ ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡା ଉପରେ ଏକ ବଡ଼ ବିମାନ ଆକ୍ରମଣ କରିଥିଲା। ଗୋଟିଏ ପରେ ଗୋଟିଏ ୯ଟି ବିମାନ ଆକ୍ରମଣରେ ଆତଙ୍କବାଦୀମାନେ ନିହତ ହୋଇଥିଲେ।

ଅପରେସନ ସିନ୍ଦୂର ମାଧ୍ୟମରେ ଭାରତୀୟ ସେନା ପାକିସ୍ତାନକୁ ଏକ ଶିକ୍ଷା ଦେଇଥିଲା କିନ୍ତୁ ପାକିସ୍ତାନ ତଥାପି ତାର ପରାଜୟକୁ ହଜମ କରିପାରି ନ ଥିଲା। ଶାହିଦ ଆଫ୍ରିଦି ଭାରତ ବିରୋଧରେ ଗୋଟିଏ ପରେ ଗୋଟିଏ ବିଷ ଓଗାଳିବା ଆରମ୍ଭ କଲେ। ପାକିସ୍ତାନ ସେନାର ପ୍ରଶଂସା କରି ସେ କହିଛନ୍ତି,ଏହା ଭାରତୀୟ ଆକ୍ରମଣର ଏକ ନିର୍ଣ୍ଣାୟକ ଜବାବ ଥିଲା। ନୂଆଦିଲ୍ଲୀ ଇସଲାମାବାଦକୁ କମ ଆକଳନ କରିଛି।

କରାଚୀର ସି ଭ୍ୟୁରେ ଆୟୋଜିତ “ୟୁମ-ଏ-ତାଶାକୁର” (କୃତଜ୍ଞତା ଦିବସ) ରାଲିରେ ଭାଷଣ ଦେଇ ଆଫ୍ରିଦି କହିଛନ୍ତି, ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଯୁଦ୍ଧ ପ୍ରତି ଆଗ୍ରହ’ ଭାରତକୁ ଏକ ସମସ୍ୟାରେ ପକାଇ ଦେଇଛି। ପ୍ରଧାନମନ୍ତ୍ରୀ ମୋଦି ଏବେ ଅନୁଭବ କରିଛନ୍ତି ଯେ ପାକିସ୍ତାନର ମୁକାବିଲା କରିବା କେତେ ମହଙ୍ଗା ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri