Posted inଖେଳ

ଗୁମର ଖୋଲିଲେ ଶାହିଦ ଆଫ୍ରିଦି: କହୁ କହୁ କହିଦେଲେ ପାକିସ୍ତାନ ନ ଖେଳିବା…

ଇସଲାମାବାଦ୍‌,୨।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ନ ଖେଳିବା ପାଇଁ ପାକିସ୍ତାନର ନିଷ୍ପତ୍ତି ଉପରେ ଅନେକ ପ୍ରମୁଖ ବ୍ୟକ୍ତି ପ୍ରତିକ୍ରିୟା ଦେଉଛନ୍ତି। ପୂର୍ବତନ ପାକିସ୍ତାନୀ ଅଲରାଉଣ୍ଡର ଶାହିଦ ଆଫ୍ରିଦି ମଧ୍ୟ ତାଙ୍କର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଆଫ୍ରିଦି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବିଷୟରେ ଏକ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି। ସେ କ୍ରିକେଟରେ ରାଜନୀତିର ପ୍ରବେଶ ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟରେ ଆଫ୍ରିଦି ଲେଖିଛନ୍ତି, ମୁଁ ସର୍ବଦା ବିଶ୍ୱାସ କରିଆସିଛି ଯେ ରାଜନୀତି ଯେତେବେଳେ ଦ୍ୱାର ବନ୍ଦ କରିଦିଏ ସେତେବେଳେ କ୍ରିକେଟ ଦ୍ୱାର ଖୋଲିପାରେ। ଏହା ଦୁଃଖଦ ଯେ, ପାକିସ୍ତାନ T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ, କିନ୍ତୁ ମୁଁ ମୋ ସରକାରଙ୍କ ନିଷ୍ପତ୍ତିକୁ ସମ୍ମାନ କରେ।

ICCକୁ ଆହୁରି ପ୍ରଶ୍ନ କରି ଆଫ୍ରିଦି ଲେଖିଛନ୍ତି, ଏହା କେବଳ ବୟାନ ଦେଇ ନୁହେଁ, ବରଂ ପ୍ରତ୍ୟେକ ସଦସ୍ୟଙ୍କ ପାଇଁ ନିରପେକ୍ଷ, ସ୍ବାଧୀନ ଏବଂ ସମାନ ନିଷ୍ପତ୍ତି ନେଇ ICC ନେତୃତ୍ୱ ଦେଖାଇବାର ସମୟ ଆସିଛି।ସ୍‌

ଆଫ୍ରିଦିଙ୍କ ବକ୍ତବ୍ୟ ଅସ୍ପଷ୍ଟ। ଗୋଟିଏ ପଟେ, ସେ ନିଜର ନିରାଶା ପ୍ରକାଶ କରିଛନ୍ତି ଯେ T20 ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୌଣସି ମ୍ୟାଚ ହେବ ନାହିଁ। ଅନ୍ୟପକ୍ଷରେ, ଆଫ୍ରିଦି ତାଙ୍କ ସରକାରଙ୍କ ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି।

ଉଲ୍ଲେଖନୀୟ ଯେ, ଗତ ରବିବାର ପାକିସ୍ତାନ ସରକାର ଏକ ସରକାରୀ ବିବୃତ୍ତି ଜାରି କରିଥିଲେ ଯେ, ସେମାନଙ୍କର ଦଳ ଟି-20 ବିଶ୍ୱକପ ଖେଳିବ, କିନ୍ତୁ ଭାରତ ବିପକ୍ଷ ମ୍ୟାଚ୍‌ରେ ଅଂଶଗ୍ରହଣ କରିବ ନାହିଁ। ଆଇସିସି ସୂଚୀ ଅନୁଯାୟୀ, ଟୁର୍ନାମେଣ୍ଟର ଲିଗ ପର୍ଯ୍ୟାୟରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମୁକାବିଲା ଫେବୃଆରୀ ୧୫ରେ ଶ୍ରୀଲଙ୍କାରେ ଅନୁଷ୍ଠିତ ହେବାର ଥିଲା। ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ମିଳିତ ଭାବରେ ଆୟୋଜିତ ହେବାକୁ ଥିବା ଆଗାମୀ ଟି-୨୦ ବିଶ୍ୱକପ ଫେବୃଆରୀ ୭ରେ ଆରମ୍ଭ ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri