Posted inଖେଳ

ପ୍ରବଳ ରାଗିଗଲେ ଏହି ପ୍ରସିଦ୍ଧ କ୍ରିକେଟର: ଝିଅଙ୍କୁ ନେଇ କହିଲେ ଏମିତି କଥା

କରାଚି, ୧୩।୧୨: ପାକିସ୍ତାନୀ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦି ଅତ୍ୟଧିକ ରାଗି ଯାଇଛନ୍ତି। ଆଫ୍ରିଦି ଅଭିଯୋଗ କରିଛନ୍ତି ଯେ ତାଙ୍କ ଝିଅ ବିଷୟରେ ସୋସିଆଲ ମିଡିଆରେ ମିଥ୍ୟା ଖବର ପ୍ରଚାରିତ ହେଉଛି। କିଛି ଦିନ ପୂର୍ବରୁ ତାଙ୍କ ଝିଅ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଖବର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଆଫ୍ରିଦି ଏହି ପ୍ରସଙ୍ଗରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସୋସିଆଲ ମିଡିଆ ବ୍ୟବହାର କରୁଥିବା ବ୍ୟକ୍ତିଙ୍କୁ ଅଧିକ ଦାୟିତ୍ୱବାନ ହେବା ଆବଶ୍ୟକ ଏବଂ ଏପରି ମିଥ୍ୟା ରିପୋର୍ଟ କରିବା ଉଚିତ ନୁହେଁ। ତାଙ୍କ ଝିଅ ଅସୁସ୍ଥ ନ ଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ଆଫ୍ରିଦି ଡିସେମ୍ବର ୨ରେ ଲଙ୍କା ପ୍ରିମିୟର ଲିଗ ଛାଡି ପାକିସ୍ତାନକୁ ଫେରିଥିଲେ। ଟୁର୍ନାମେଣ୍ଟ ମଝିରେ ଦଳ ଛାଡିବା ପାଇଁ ସେ କୌଣସି କାରଣ ଦେଇ ସେ ଦେଇ ନ ଥିଲେ। ସେ କେବଳ କହିଥିଲେ ଯେ ବ୍ୟକ୍ତିଗତ ଜରୁରୀକାଳୀନ ପରିସ୍ଥିତି ଯୋଗୁ ସେ ପାକିସ୍ତାନକୁ ଫେରୁଛନ୍ତି। ଏଥି ସହ ପରିସ୍ଥିତି ଠିକ ହେଲେ ସେ ଟୁର୍ନାମେଣ୍ଟକୁ ଫେରିବେ ବୋଲି ମଧ୍ୟ କହିଥିଲେ। କିନ୍ତୁ ସେ ପାକିସ୍ତାନକୁ ଫେରିବା ମାତ୍ରେ ସୋସିଆଲ ମିଡିଆରେ ଖବର ଆସିଥିଲା ଯେ ଆଫ୍ରିଦିଙ୍କ ଝିଅକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତ ସପ୍ତାହରେ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରାଯାଇଥିଲା। ଫଟୋ ତାଙ୍କ ଝିଅ ହସ୍ପିଟାଲ ବେଡ ଉପରେ ଶୋଇଛନ୍ତି ଏବଂ ଆଫ୍ରିଦି ସାମ୍ନାରେ ଛିଡା ହୋଇଛନ୍ତି। ଚଳିତ ବର୍ଷ ଫେବୃଆରୀରେ ଆଫ୍ରିଦି ପଞ୍ଚମ ଥର ପାଇଁ ପିତା ହୋଇଥିଲେ। ଆଫ୍ରିଦିଙ୍କର ୫ ଝିଅ ଅଛନ୍ତି। ୨୦ ବର୍ଷ ଧରି ପାକିସ୍ତାନ ପାଇଁ କ୍ରିକେଟ ଖେଳିଥିବା ଆଫ୍ରିଦି ଏକଦିବସୀୟରେ ୮ ହଜାରରୁ ଅଧିକ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri