Posted inଖେଳ

ଜନ୍ମଦିନରେ ଟୁଇଟ୍‌ କରି ଫଶିଲେ କ୍ରିକେଟର

କରାଚୀ,୧।୩ : ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଥିବା ଫ୍ୟାନ ଓ ସାଥି ଖେଳାଳିଙ୍କୁ ଧନ୍ୟବାଦ୍‌ ଦେବାକୁ ଯାଇ ବିବାଦରେ ଘେରି ହୋଇଯାଇଛନ୍ତି ପୂର୍ବତନ ପାକିସ୍ତାନ କ୍ରିକେଟର ଶାହିଦ ଆଫ୍ରିଦୀ। ”ଜନ୍ମଦିନରେ ଦେଇଥିବା ଭଲପାଇବା ପାଇଁ ଧନ୍ୟବାଦ୍‌। ଆଜି ମୁଁ ୪୪ ବର୍ଷରେ ପାଦ ଦେଇଛି। ମୋ ପରିବାର ଓ ପ୍ରଶଂସକମାନେ ମୋର ସବୁଠୁ ମୂଲ୍ୟବାନ ସମ୍ପତ୍ତି “ ବୋଲି ଟୁଇଟ୍‌ କରିଥିଲେ ଆଫ୍ରିଦୀ।

ଏହି କ୍ରିକେଟରଙ୍କ ବୟସକୁ ନେଇ କ୍ରିକେଟ ମହଲରେ ପୂର୍ବରୁ ଖୁବ୍‌ ଆଲୋଚନା ହୋଇଛି। ସେ ସୋମବାର ସ୍ପଷ୍ଟ କରିଛନ୍ତି ଯେ, ତାଙ୍କୁ ଏବେ ୪୪। କିନ୍ତୁ ଅଫ୍ରିଦୀଙ୍କୁ ବର୍ତ୍ତମାନ ୪୧ ବର୍ଷ ହୋଇଥିବା ଆଇସିସି ରେକଡର୍‌ସରେ ଦର୍ଶାଯାଇଛି। ଆଫ୍ରିଦୀଙ୍କ ଟୁଇଟ୍‌କୁ ନେଇ ପ୍ରଶ୍ନ ଉଠାଇଛନ୍ତି ପାକିସ୍ତାନ ଜର୍ନାଲିଷ୍ଟ ଡାନିଏଲ ରସୁଲ। ଇଏସ୍‌ପିଏନ୍‌ କ୍ରିକ୍‌ଇନ୍‌ଫୋରେ ଆଫ୍ରିଦୀଙ୍କ ବୟସ ୪୧ ଦେଖାଉଥିବାବେଳେ ତାଙ୍କ ଆତ୍ମଜୀବନିରେ ୪୬ ବୋଲି ଉଲ୍ଲେଖ ରହିଛି। ଆଉ ତାଙ୍କୁ ଏବେ ୪୪ ବର୍ଷ ବୋଲି ନିଜେ ଟୁଇଟ୍‌ କରିଛନ୍ତି। ଏହାର ଅର୍ଥ ଶ୍ରୀଲଙ୍କା ବିପକ୍ଷରେ ୩୭ ବଲରେ ଶତକ ହାସଲ କରିବା ସମୟରେ ତାଙ୍କୁ ୧୬ ନୁହେଁ ୨୦ ବର୍ଷ ହୋଇଥିଲା। ଉଲ୍ଲେଖଥାଉ କି, ସର୍ବକନିଷ୍ଠ ଖେଳାଳି ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ଶତକ ହାସଲ କରିବାର ରେକର୍ଡ ଆଫ୍ରିଦୀଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri