୫ ଦିନ ବନ୍ଦ ରହିବ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, ହସ୍ପିଟାଲ: ଜାଣନ୍ତୁ କେଉଁ ଦିନରୁ କେଉଁ ଦିନ

କୋରାପୁଟ,୩୧।୭(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଶୁକ୍ରବାରଠାରୁ ୫ ଦିନ ପର୍ଯ୍ୟନ୍ତ ସହରରେ ଥିବା ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ବନ୍ଦ କରାଯାଇଛି। ଏ ନେଇ କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ମେଡିକାଲରେ କିଛି ଦିନ ଧରି ବହୁ ସ୍ବାସ୍ଥ୍ୟକର୍ମଚାରୀ କରୋନାରେ ଆଙ୍କ୍ରାନ୍ତ ହେବା ପରେ ମେଡିକାଲ କର୍ତ୍ତୃପକ୍ଷ ଜିଲାପାଳଙ୍କ ସହ ଆଲୋଚନା ହୋଇ ଏହି ଘୋଷଣା କରାଯାଇଛି । ମେଡିକାଲରେ ଜରୁରୀ ଚିକିତ୍ସା ବାଦ୍‌ ଦେଇ ସମସ୍ତ ଓପିଡିକୁ ବନ୍ଦ କରାଯାଇଛି । ମେଡିକାଲର ମାସ୍କକୁ ବାଧ୍ୟତାମୂଳକ କରାଯାଇଛି।
ସେହିପରି ମେଡିକାଲ ପରିସରରେ ବାହାର ଲୋକଙ୍କ, ଗାଡ଼ି ପାର୍କିଂ ବନ୍ଦ କରାଯାଇଛି । ତଦାରଖ ଲାଗି ବହୁ ପୋଲିସ ମୁତୟନ କରାଯାଇଛି । ମେଡିକାଲ କଲେଜ ଓ ହସ୍ପିଟାଲର ସମସ୍ତ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।
ସୂଚନାଯୋଗ୍ୟ, ଗତ ୩ ଦିନ ମଧ୍ୟରେ ଜିଲାରେ ୨୦୫ ଜଣ କୋରନା ପଜିଟିଭ୍‌ଭ ଚିହ୍ନଟ ହୋଇଥିବାବେଳେ ଶୁକ୍ରବାର ପୁଣି ୮୧ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାର ମୋଟ ଆଙ୍କ୍ରାନ୍ତଙ୍କ ସଂଖ୍ୟା ୭୬୮କୁ ବୃଦ୍ଧି ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri