ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ, ଜାଣନ୍ତୁ ମିଳିବ କେତେ…

ଭୁବନେଶ୍ୱର,୫ା୧: ଶୁଭାରମ୍ଭ ହୋଇଛି ସହିଦ୍‌ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ରବିବାର ଆଦିବାସୀ ସହିତ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବଢିବା ସହିତ ଡ୍ରପ ଆଉଟ୍ ହାର ମଧ୍ୟ କମିବାରେ ଏହା ସହାୟକ ହେବ। ଯେଉଁ ଜନଜାତି ବର୍ଗର ଛାତ୍ରଛାତ୍ରୀ ମାନେ ଅଷ୍ଟମ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହୋଇ ନବମ, ଏବଂ ଦଶମ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶ ଶ୍ରେଣୀରେ ନାମ ଲେଖାଇବେ, ସେମାନଙ୍କ ପାଇଁ ଏକ ପ୍ରୋତ୍ସାହନ ରାଶି ଭାବରେ ଏକାକାଳୀନ ବାର୍ଷିକ ୫୦୦୦ ଟଙ୍କା ପ୍ରଦାନ କରାଯିବ।

ସମ୍ପୃକ୍ତ ଶ୍ରେଣୀରେ ନାମ ପଞ୍ଜୀକରଣ ହେବା ପରେ ନିୟମିତ କକ୍ଷରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନେ ଏହି ଯୋଜନା ଦ୍ୱାରା ଉପକୃତ ହେବେ। ରବିବାର 1.6 ଲକ୍ଷ ଛାତ୍ରଛାତ୍ରୀ ଏହି ପ୍ରୋତ୍ସାହନ ରାଶି ପାଇଥିଲା ବେଳେ, ସମୁଦାୟ 2 ଲକ୍ଷରୁ ଅଧିକ ଜନଜାତି ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାଧୀନତା ସଂଗ୍ରାମରେ ଆଦିବାସୀ ମାନଙ୍କ ତ୍ୟାଗ ଓ ବଳିଦାନ ଅତୁଳନୀୟ । ଭଗବାନ ବିର୍ସା ମୁଣ୍ଡା ଓ ଶହୀଦ ମଧୋ ସିଂହଙ୍କ ସଂଘର୍ଷ ଉପରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିଥିଲେ ।
ଶହୀଦ ମାଧୋ ସିଂହଙ୍କ ସଂଘର୍ଷର କାହାଣୀ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଶହୀଦ ମାଧୋ ସିଂହ ଥିଲେ ବରଗଡ ଜିଲ୍ଲା ଘେଂସ ଅଞ୍ଚଳର ଜନଜାତି ବର୍ଗର ଜମିଦାର । ସେ ଥିଲେ ବୀର ସୁରେନ୍ଦ୍ର ସାଏଙ୍କ ଘନିଷ୍ଠ ସହଯୋଗୀ । ବ୍ରିଟିଶ ସରକାରଙ୍କ ଅତ୍ୟାଚାରକୁ ବିରୋଧ କରି ସେ ବିଦ୍ରୋହ ଘୋଷଣା କରିଥିଲେ ।

୧୮୫୭ ମସିହାରେ ସେ ସମ୍ବଲପୁର ନିକଟସ୍ଥ ସଂଗଡା ଘାଟିରେ ଅନେକ ବ୍ରିଟିଶ ସୈନ୍ୟକୁ ହତ୍ୟା କରିଥିଲେ। ମାଧୋ ସିଂହ ବ୍ରିଟିଶ କ୍ୟାପ୍ଟେନ ସେକ୍‌ସ୍ପିଅରଙ୍କୁ ମଧ୍ୟ ହତ୍ୟା କରିଥିଲେ ଏବଂ କ୍ୟାପ୍ଟେନ ଉଡ୍‌ବ୍ରିଜ୍ ମଧ୍ୟ ସେହି ଯୁଦ୍ଧରେ ପ୍ରାଣତ୍ୟାଗ କରିଥିଲେ । ତେବେ ବହୁ ଦିନ ଯୁଦ୍ଧ କରିବା ପରେ ସେ ଶେଷରେ ବ୍ରିଟିଶ ସୈନ୍ୟଙ୍କ ଦ୍ୱାରା ଧରା ପଡିଥିଲେ । ୧୮୫୮ ଡିସେମ୍ବର ୩୧ରେ ତାଙ୍କୁ ଫାସୀ ଦିଆଯାଇଥିଲେ । ଏହା ପରେ ମଧ୍ୟ ତାଙ୍କର ଚାରି ପୁଅ- ହଟେ ସିଂହ, କୁଞ୍ଜଲ୍ ସିଂହ, ବୈରୀ ସିଂହ ଓ ଐରୀ ସିଂହ ଇଂରେଜ ମାନଙ୍କ ସହ ସଂଗ୍ରାମ କରି ଶହୀଦ ହୋଇ ସ୍ୱାଧୀନତା ଆନ୍ଦୋଳନରେ ଓଡିଶାକୁ ଧନ୍ୟ କରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri