ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ, ଜାଣନ୍ତୁ ମିଳିବ କେତେ…

ଭୁବନେଶ୍ୱର,୫ା୧: ଶୁଭାରମ୍ଭ ହୋଇଛି ସହିଦ୍‌ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ରବିବାର ଆଦିବାସୀ ସହିତ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବଢିବା ସହିତ ଡ୍ରପ ଆଉଟ୍ ହାର ମଧ୍ୟ କମିବାରେ ଏହା ସହାୟକ ହେବ। ଯେଉଁ ଜନଜାତି ବର୍ଗର ଛାତ୍ରଛାତ୍ରୀ ମାନେ ଅଷ୍ଟମ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହୋଇ ନବମ, ଏବଂ ଦଶମ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶ ଶ୍ରେଣୀରେ ନାମ ଲେଖାଇବେ, ସେମାନଙ୍କ ପାଇଁ ଏକ ପ୍ରୋତ୍ସାହନ ରାଶି ଭାବରେ ଏକାକାଳୀନ ବାର୍ଷିକ ୫୦୦୦ ଟଙ୍କା ପ୍ରଦାନ କରାଯିବ।

ସମ୍ପୃକ୍ତ ଶ୍ରେଣୀରେ ନାମ ପଞ୍ଜୀକରଣ ହେବା ପରେ ନିୟମିତ କକ୍ଷରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନେ ଏହି ଯୋଜନା ଦ୍ୱାରା ଉପକୃତ ହେବେ। ରବିବାର 1.6 ଲକ୍ଷ ଛାତ୍ରଛାତ୍ରୀ ଏହି ପ୍ରୋତ୍ସାହନ ରାଶି ପାଇଥିଲା ବେଳେ, ସମୁଦାୟ 2 ଲକ୍ଷରୁ ଅଧିକ ଜନଜାତି ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାଧୀନତା ସଂଗ୍ରାମରେ ଆଦିବାସୀ ମାନଙ୍କ ତ୍ୟାଗ ଓ ବଳିଦାନ ଅତୁଳନୀୟ । ଭଗବାନ ବିର୍ସା ମୁଣ୍ଡା ଓ ଶହୀଦ ମଧୋ ସିଂହଙ୍କ ସଂଘର୍ଷ ଉପରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିଥିଲେ ।
ଶହୀଦ ମାଧୋ ସିଂହଙ୍କ ସଂଘର୍ଷର କାହାଣୀ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଶହୀଦ ମାଧୋ ସିଂହ ଥିଲେ ବରଗଡ ଜିଲ୍ଲା ଘେଂସ ଅଞ୍ଚଳର ଜନଜାତି ବର୍ଗର ଜମିଦାର । ସେ ଥିଲେ ବୀର ସୁରେନ୍ଦ୍ର ସାଏଙ୍କ ଘନିଷ୍ଠ ସହଯୋଗୀ । ବ୍ରିଟିଶ ସରକାରଙ୍କ ଅତ୍ୟାଚାରକୁ ବିରୋଧ କରି ସେ ବିଦ୍ରୋହ ଘୋଷଣା କରିଥିଲେ ।

୧୮୫୭ ମସିହାରେ ସେ ସମ୍ବଲପୁର ନିକଟସ୍ଥ ସଂଗଡା ଘାଟିରେ ଅନେକ ବ୍ରିଟିଶ ସୈନ୍ୟକୁ ହତ୍ୟା କରିଥିଲେ। ମାଧୋ ସିଂହ ବ୍ରିଟିଶ କ୍ୟାପ୍ଟେନ ସେକ୍‌ସ୍ପିଅରଙ୍କୁ ମଧ୍ୟ ହତ୍ୟା କରିଥିଲେ ଏବଂ କ୍ୟାପ୍ଟେନ ଉଡ୍‌ବ୍ରିଜ୍ ମଧ୍ୟ ସେହି ଯୁଦ୍ଧରେ ପ୍ରାଣତ୍ୟାଗ କରିଥିଲେ । ତେବେ ବହୁ ଦିନ ଯୁଦ୍ଧ କରିବା ପରେ ସେ ଶେଷରେ ବ୍ରିଟିଶ ସୈନ୍ୟଙ୍କ ଦ୍ୱାରା ଧରା ପଡିଥିଲେ । ୧୮୫୮ ଡିସେମ୍ବର ୩୧ରେ ତାଙ୍କୁ ଫାସୀ ଦିଆଯାଇଥିଲେ । ଏହା ପରେ ମଧ୍ୟ ତାଙ୍କର ଚାରି ପୁଅ- ହଟେ ସିଂହ, କୁଞ୍ଜଲ୍ ସିଂହ, ବୈରୀ ସିଂହ ଓ ଐରୀ ସିଂହ ଇଂରେଜ ମାନଙ୍କ ସହ ସଂଗ୍ରାମ କରି ଶହୀଦ ହୋଇ ସ୍ୱାଧୀନତା ଆନ୍ଦୋଳନରେ ଓଡିଶାକୁ ଧନ୍ୟ କରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri