Posted inଖେଳ

ସହିଦ ନଗର ଏକାଦଶ ଚାମ୍ପିୟନ

ଭୁବନେଶ୍ୱର, ୨।୧(କ୍ରୀଡ଼ା ପ୍ରତିନିଧି): ରସୁଲଗଡ଼ ୟୁଥ୍‌ କ୍ଲବ ଆନୁକୂଲ୍ୟରେ ଆୟୋଜିତ ସନ୍ତୋଷ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟର ୨୩ତମ ସଂସ୍କରଣରେ ସହିଦ ନଗର ଏକାଦଶ ଚାମ୍ପିୟନ ହୋଇଛି। ସ୍ଥାନୀୟ ଜିଜିପି ହାଇସ୍କୁଲ ପଡ଼ିଆରେ ରବିବାର ଅନୁଷ୍ଠିତ ଫାଇନାଲରେ ସହିଦ ନଗର ଦଳ ୭୩ ରନ୍‌ରେ କଟକର
ମ୍ୟାଜିକ୍‌ ଏକାଦଶକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ସହିଦ ନଗର ଏକାଦଶ ନିର୍ଦ୍ଧାରିତ ୧୫ ଓଭରରେ ୮ ଉଇକେଟ ହରାଇ ୨୩୮ ରନ୍‌ କରିଥିଲା।

ଦଳ ପକ୍ଷରୁ ସୁମନ୍ତ ସେଠୀ ୨୩ ବଲ୍‌ରୁ ସର୍ବାଧିକ ୭୨ ରନ୍‌ କରିଥିଲେ। ବିପକ୍ଷ ଦଳର ସୁନୀଲ ଦଳାଇ ୩ ଓଭରରେ ୩୭ ରନ୍‌ ଦେଇ ୩ଟି ଉଇକେଟ ନେଇଥିଲେ। ୨୩୯ ରନ୍‌ ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ମ୍ୟାଜିକ୍‌ ଏକାଦଶ ୧୨ ଓଭରରେ ୧୬୫ ରନ୍‌ କରି ସମସ୍ତ ଉଇକେଟ ହରାଇଥିଲା। କିଶୋର ଦାସ ୨୩ ବଲ୍‌ରୁ ୭୪ ରନ୍‌ର ଦ୍ରୁତ ଇନିଂସ ଖେଳିଥିଲେ ହେଁ ଦଳକୁ ବିଜୟୀ କରାଇପାରି ନ ଥିଲେ। ବିଜୟୀ ଦଳର ବୋଲର ରଞ୍ଜିତ କୁଣ୍ଡୁ ୩ ଓଭରରେ ୩୪ ରନ୍‌ ଦେଇ ସର୍ବାଧିକ ୪ଟି ଉଇକେଟ ନେଇଥିଲେ। ୭୦ ରନ୍‌ ଓ ୨ ଉଇକେଟ ନେଇ ଅଲ୍‌ ରାଉଣ୍ଡ ପ୍ରଦର୍ଶନ କରିଥିବା ଚାମ୍ପିୟନ ଦଳର ନିର୍ମଳ ବେହେରା ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଓ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ବିବେଚିତ ହୋଇଥିଲେ।

ଭୁବନେଶ୍ୱରର ଏଏମ୍‌ଆଇ ଏକାଦଶ ଶ୍ରେଷ୍ଠ ଶୃଙ୍ଖଳିତ ଦଳ ବିବେଚିତ ହୋଇଥିଲା। ଅମ୍ପାୟର କୈଳାସ ରାଉଳ ଓ ରଜତ ଜଗଦ୍ଦେବ ମ୍ୟାଚ୍‌ ପରିଚାଳନା କରିଥିବାବେଳେ ରେଫରି ଦାୟିତ୍ୱ ସମ୍ପାଦନ କରିଥିଲେ ସମ୍ବିତ୍‌ ପାଇକରାୟ। ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ସୁରେଶ କୁମାର ରାଉତରାୟ, କର୍ପୋରେଟର ସ୍ମୃତିଶିଖା ବରିସଲ, ବୁଦ୍ଧପ୍ରକାଶ ମହାପାତ୍ର, ସଞ୍ଜୟ ପାଇକରାୟ, ପ୍ରକାଶ ରାଉତରାୟ, ଜାପାନ ରାଉତରାୟ, ପ୍ରଦୀପ ବରିସଲ, ଯଜ୍ଞାଶିଷ ମହାପାତ୍ର ପ୍ରମୁଖ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri