Posted inଖେଳ

ଶାହିଦି ୨୦୦*, ଅସଗର ୧୬୪

ଆବୁଧାବି, ୧୨।୩-ଆବୁଧାବିର ଶେଖ ଜାୟେଦ ଷ୍ଟାଡିୟମରେ ଚାଲିଥିବା ଜିମ୍ବାଓ୍ବେ ବିପକ୍ଷ ଟେଷ୍ଟ ମ୍ୟାଚରେ ଆଫଗାନିସ୍ତାନ ବୃହତ୍‌ ସ୍କୋର ଛିଡ଼ା କରିଛି। ହାସମାତୁଲ୍ଲା ଶାହିଦିଙ୍କ ଅପରାଜିତ ଦ୍ୱିଶତକ ଏବଂ ଅଧିନାୟକ ଅସଗର ଆଫଗାନଙ୍କ ୧୬୪ ରନ ସହାୟତାରେ ଆଫଗାନିସ୍ତାନ ୪ ଉଇକେଟରେ ୫୪୫ ରନକରି ପ୍ରଥମ ଇନିଂସ ଘୋଷଣା କରିଛି। ଆଫଗାନିସ୍ତାନ କ୍ରିକେଟ ଇତିହାସରେ ଶାହିଦି ପ୍ରଥମ ଖେଳାଳିଭାବେ ଦ୍ୱିଶତକ (୨୦୦ ରନ, ୪୪୩ ବଲ, ୨୧ ଚୌକା, ୧ ଛକା) ରନ କରି ଅପରାଜିତ ରହିଥିଲେ। ଅସଗର ୨୫୭ ବଲରୁ ୧୪ ଚୌକା ଓ ୨ ଛକା ସହାୟତାରେ ୧୬୪ ରନ କରିଥିଲେ। ଓପନର ଇବ୍ରାହିମ ଜଡ୍ରାନ ୭୨ ରନର ଯୋଗଦାନ ଦେଇଥିବାବେଳେ ନାସିର ଜମାଲ ୫୫ ରନରେ ଅପରାଜିତ ରହିଥିଲେ। ଶାହିଦି ଓ ଅସଗର ୪ର୍ଥ ଉଇକେଟରେ ୫୫୩ ବଲ୍‌ରୁ ୩୦୭ ରନର ଭାଗୀଦାରି ଗଢ଼ିଥିଲେ। ଏହା ମଧ୍ୟ ଆଫଗାନିସ୍ତାନ ପାଇଁ ରେକର୍ଡ ପାର୍ଟନରଶିପ୍‌। ଦ୍ୱିତୀୟ ଦିବସ ଶେଷ ବେଳକୁ ଜିମ୍ବାଓ୍ବେ କୌଣସି ଉଇକେଟ ନ ହରାଇ ୫୦ ରନ ସଂଗ୍ରହ କରିଛି। ସମସ୍ତ ଉଇକେଟ ସୁରକ୍ଷିତ ଥିବାବେଳେ ଦଳ ଆଫଗାନିସ୍ତାନ ପ୍ରଥମ ଇନିଂସଠାରୁ ୪୯୫ ରନରେ ପଛୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri